ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’ ଅନ୍ତର୍ଗତ ଏକଦିବସୀୟ ଓରିଏଣ୍ଟେସନ ଓ ଫଳାଫଳ ସମୀକ୍ଷା କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ଥୁଆମୂଳ ରାମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ନରେନ୍ଦ୍ର କାମପାଲ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ଏହା ସହ ଜିଲାସ୍ତରୀୟ ସାଧନ କର୍ମୀ ପଦ୍ମଲୋଚନ ଶତପଥି ଓ ବାପଙ୍ଗୀ ପ୍ରଧାନ ଏବଂ ପୂର୍ବତନ ବ୍ଲକସ୍ତରୀୟ ସାଧନ କର୍ମୀ ନିରଞ୍ଜନ ଦାସ ଓ ନିରଞ୍ଜନ ମାଝୀ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସରକାରୀ ଉଚ୍ଚ ବିଦ୍ୟାଳୟ, ଥୁଆମୂଳ ରାମପୁରର ପ୍ରଧାନଶିକ୍ଷକ ନିରଞ୍ଜନ ମାଝୀଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଲକର ବିଭିନ୍ନ ବିଦ୍ୟାଳୟର ବ୍ଲକସ୍ତରୀୟ ‘ପ୍ରକାଶ’ ସାଧନ କର୍ମୀ, ଅଭିଭାବକ, ପ୍ରଧାନଶିକ୍ଷକ ଏବଂ ଶତାଧିକ ଛାତ୍ରୀଛାତ୍ର ଯୋଗଦେଇଥିଲେ।

କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ହରି ନାରାୟଣ ବାଗ ସଞ୍ଚାଳନ କରିଥିବା ବେଳେ ବିଜ୍ଞାନ ଶିକ୍ଷକ କୃତ୍ତିବାସ ନାୟକ ଉପସ୍ଥିତ ସମସ୍ତ ଅତିଥି, ଶିକ୍ଷକ, ଅଭିଭାବକ ଓ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?