ଶକ୍ତି ପ୍ରଦର୍ଶନ ସଂଖ୍ୟା ଗଣିତରେ ୨୪ ପଛୁଆ ଇମ୍ରାନ୍‌…

ଇସଲାମାବାଦ, ୩୦।୩ : ପାକିସ୍ତାନର ପ୍ରାୟ ଚାରି ବର୍ଷ ପୁରୁଣା ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ସରକାରଙ୍କ ବିଦାୟ ପ୍ରାୟ ନିଶ୍ଚିତ ହୋଇଛି। ଏହା ସହିତ ଦେଶରେ ରାଜନୈତିକ ସଙ୍କଟ ବଢ଼ିବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ସରକାରଙ୍କୁ ସମର୍ଥନ କରୁଥିବା ମୁତାହିଦା କୌମି ମୁଭ୍‌ମେଣ୍ଟ-ପାକିସ୍ତାନ (ଏମ୍‌କ୍ୟୁଏମ୍‌-ପି) ଦଳ ମେଣ୍ଟରୁ ଅଲଗା ହୋଇଥିବା ନେଇ ଘୋଷଣା କରିଛି। ମଧ୍ୟ ସମ୍ପର୍କ ବିଚ୍ଛିନ୍ନ କରିଛି। ଶକ୍ତି ପ୍ରଦର୍ଶନ ପ୍ରସ୍ତାବ ଉପରେ ଏମ୍‌କ୍ୟୁଏମ୍‌-ପି ବିରୋଧୀଙ୍କୁ ସମର୍ଥନ କରିବାକୁ ଘୋଷଣା କରିଛି। ଫଳରେ ଇମ୍ରାନ୍‌ ସରକାରଙ୍କ ପାଇଁ ଶକ୍ତି ପ୍ରଦର୍ଶନ ଔପଚାରିକତା ପ୍ରାୟ ଶେଷ ହୋଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।

ଇମ୍ରାନ ସରକାରଙ୍କ ସମର୍ଥକ ଏବଂ ସାଂସଦଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବାରୁ ତାଙ୍କ ଦଳ ପାକିସ୍ତାନ-ତେହେରିକ-ଇ-ଇନସାଫ (ପିଟିଆଇ) ସଙ୍କଟରେ ପଡ଼ିଛି। ତାଙ୍କ ସରକାର ଏବେ ସଂଖ୍ୟାଲଘୁ ହୋଇଯାଇଛି। ଜିୟୋ ଟିଭି ଅନୁଯାୟୀ, ପାକିସ୍ତାନୀ ସଂସଦର ନିମ୍ନ ଗୃହରେ ଇମ୍ରାନ ସରକାର ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟ ଏପ୍ରିଲ ୩ରେ ହେବ ଏବଂ ଏହା ପରେ ଇମ୍ରାନ୍‌ ସରକାରଙ୍କ ପତନ ଘଟିବ।

ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ମୋଟ ସଦସ୍ୟଙ୍କ ସଂଖ୍ୟା ହେଉଛି ୩୪୨। ବହୁମତ ପାଇଁ ୧୭୨ ସଦସ୍ୟଙ୍କ ଆବଶ୍ୟକତା ରହିଛି। ଇମ୍ରାନ୍‌ଙ୍କ ନେତୃତ୍ୱାଧୀନ ପିଟିଆଇ ମେଣ୍ଟରେ ୧୭୯ ସଦସ୍ୟ ଥିଲେ, କିନ୍ତୁ ଏମ୍‌କ୍ୟୁଏମ୍‌-ପି ମେଣ୍ଟ ଛାଡିବା ପରେ ଏହାର ସଦସ୍ୟ ସଂଖ୍ୟା ୧୬୪କୁ ହ୍ରାସ ପାଇଛି। ଅପରପକ୍ଷରେ ବିରୋଧୀଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି।

ଇମ୍ରାନଙ୍କ ୨୪ ସାଂସଦ ବିଦ୍ରୋହୀ ପାଲଟି ସରକାର ପାଇଁ ସଙ୍କଟ ସୃଷ୍ଟି କରିଛନ୍ତି। ବିଦ୍ରୋହୀମାନେ ଅବିଶ୍ୱାସ ପ୍ରସ୍ତାବରେ ବିରୋଧୀ ଦଳକୁ ସମର୍ଥନ ନକଲେ ମଧ୍ୟ ଇମ୍ରାନ୍‌ଙ୍କ ସରକାରର ପତନ ନିଶ୍ଚିତ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri