ଶାହରୁଖ-ସଲମାନଙ୍କଠାରୁ ମଧ୍ୟ ଭଲ ଅଭିନୟ କରିପାରନ୍ତି ଇମ୍ରାନ୍‌…

ଇସଲାମାବାଦ,୭।୧୧ : ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ମୁଖ୍ୟ ମୌଲାନା ଫଜଲୁର ରେହମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଇମ୍ରାନ ଖାନଙ୍କ ଉପରେ ହୋଇଥିବା ଆକ୍ରମଣ କେବଳ ଡ୍ରାମା। ଇମ୍ରାନ ଅଭିନୟ ଦକ୍ଷତାରେ ଭାରତୀୟ ଫିଲ୍ମ ଅଭିନେତା ଶାହରୁଖ ଖାନ ଏବଂ ସଲମାନ ଖାନଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି।

ଇସଲାମାବାଦରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରେହମାନ କହିଛନ୍ତି ଯେ ଯେତେବେଳେ ଆମେ ଜାଣିବାକୁ ପାଇଲୁ ଯେ ଇମ୍ରାନ ଖାନଙ୍କୁ ଗୁଳି କରାଯାଇଛି। ଆମେ ଚିନ୍ତିତ ଏବଂ ସମବେଦନା ଜଣାଇଥିଲୁ। କିନ୍ତୁ ବର୍ତ୍ତମାନ ଆମେ ହୃଦୟଙ୍ଗମ କରିଛୁ ଯେ ଏହା ପିଟିଆଇ ଦ୍ୱାରା ରଚାଯାଇଥିବା ଏକ ନୂତନ ଡ୍ରାମା।

ସେ ପ୍ରଧାନମନ୍ତ୍ରୀ ଶହେବାଜ ସରିଫ ସରକାରଙ୍କୁ କଠୋର ହେବାକୁ କହିଛନ୍ତି। କାହାକୁ ପାକିସ୍ତାନ ସହ ଖେଳିବାକୁ ଦିଆଯିବା ଉଚିତ ନୁହେଁ। ବର୍ତ୍ତମାନ ସେମାନଙ୍କ ସହ କୌଣସି କୋହଳ ମନୋଭାବ ପୋଷଣ କରାଯିବ ନାହିଁ।

ସୂଚନାଯୋଗ୍ୟ, ୱାଜିରାବାଦରେ ତାଙ୍କର ଦୀର୍ଘ ପଦଯାତ୍ରା ସମୟରେ ଗୁରୁବାର ପିଟିଆଇ ମୁଖ୍ୟ ଇମ୍ରାନ ଖାନଙ୍କୁ ଗୁଳି କରାଯାଇଥିଲା। ଏହି କାରଣରୁ ତାଙ୍କ ଗୋଡରେ ଗୁଳି ବାଜିଥିଲା। ଡାକ୍ତରଖାନାରେ ଅସ୍ତ୍ରୋପଚାର ପରେ ତାଙ୍କ ଗୋଡରୁ ଗୁଳି ବାହାର କରାଯାଇଥିଲା। ଏହି ଆକ୍ରମଣ ପାଇଁ ଇମ୍ରାନ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ, ଗୃହମନ୍ତ୍ରୀ ରାଣା ସନାଉଲ୍ଲା ଏବଂ ଆଇଏସଆଇର ବରିଷ୍ଠ ଅଧିକାରୀ ମେଜର ଜେନେରାଲ ଫୈସଲ ନାସିରଙ୍କୁ ଦାୟୀ କରିଛନ୍ତି। ସଫଳ ଅସ୍ତ୍ରୋପଚାର ପରେ ରବିବାର ଦିନ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ଲାହୋରର ଏକ ଘରୋଇ ବାସଭବନକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri