ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଲେ ଇମ୍ରାନ୍‌: କରାଚି ଷ୍ଟକ୍‌ ଏକ୍ସଚେଞ୍ଜ ବିସ୍ଫୋରଣ ପାଇଁ କଲେ ଦାୟୀ

ଇସଲାମାବାଦ୍‌, ୧।୭: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଉପରେ ଆକ୍ରମଣ ହେବାପରେ ସରକାରଙ୍କ ବୁଦ୍ଧି ହଜି ଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଭାରତ ଉପରେ ମିଥ୍ୟା ଅଭିଯୋଗ ଲଗାଇଛନ୍ତି। ସେ କହିଛନ୍ତି ଯେ, କରାଚି ଷ୍ଟକ୍‌ ଏକ୍ସଚେଞ୍ଜରେ ହୋଇଥିବା ବିସ୍ଫୋରଣ ପାଇଁ ଭାରତ ଦାୟୀ। ଏହି ଘଟଣାରେ ୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଆହତ ହୋଇଥିଲେ। ଏହି ଘଟଣାରେ ୪ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ଏଥି ଲାଗି ବଲୁଚି ଲିବରେଶନ୍‌ ଆର୍ମି ନିଜକୁ ଦାୟୀ କରିସାରିଛି। ତେବେ ଇମ୍ରାନ୍‌ ପାକିସ୍ତାନ ସଂସଦରେ ଏଭଳି ମିଥ୍ୟା ଅଭିଯୋଗ ଆଣିଛନ୍ତି। ଗତବର୍ଷ ମଧ୍ୟ କରାଚିରେ ବଲୁଚି ଲିବରେଶନ୍‌ ଆର୍ମି ଚାଇନା ଦୂତାବାସ ଉପରେ ଆକ୍ରମଣ କରିଥିଲା। ଆକ୍ରମଣ ପାଇଁ ୪ ଆତଙ୍କବାଦୀ ଆସିଥିଲେ ସେମାନଙ୍କ ପାଖରେ ବିପୁଳ ପରିମାଣର ବିସ୍ଫୋରକ ଏବଂ ଏକେ-୪୭ ରାଇଫଲ ଥିଲା। ପାକିସ୍ତାନ ଆତଙ୍କବାଦୀଙ୍କ ଆଶ୍ରୟସ୍ଥଳ ପାଲଟିଛି। ଏଥି ଲାଗି ଇମ୍ରାନ୍‌ ସରକାରଙ୍କ ଉପରେ ଲଗାତାର ଅନ୍ତର୍ଜାତୀୟ ଚାପ ମଧ୍ୟ ପଡ଼ିବାରେ ଲାଗିଛି। ଏଥିରୁ ଦୃଷ୍ଟି ହଟାଇବା ପାଇଁ ଇମ୍ରାନ୍‌ ଏଭଳି କହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri