ଇମ୍ରାନ୍‌ ସରକାର ଟଳମଳ

ଇସ୍‌ଲାମାବାଦ, ୧୭ା୩: ଗତ ସପ୍ତାହରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିବା ପରେ ତାଙ୍କ ସମସ୍ୟା ବଢ଼ିଛି। ଶାସକ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) ସହ ମେଣ୍ଟ କରିଥିବା ଦଳଗୁଡ଼ିକ ଶତପ୍ରତିଶତ ବିରୋଧୀଙ୍କ ଆଡ଼କୁ ଢଳିବା ଖବର ଇମ୍ରାନଙ୍କୁ ଚିନ୍ତାରେ ପକାଇଛି। ମେଣ୍ଟର ଦଳଗୁଡ଼ିକ ବିରୋଧୀଙ୍କୁ ସମର୍ଥନ କରୁଥିବା ଏକ ସହଯୋଗୀ ଦଳର ମୁଖ୍ୟ ପରଭେଜ୍‌ ଇଲାହୀ କହିବା ପରେ ପିଟିଆଇ ଶାସନରୁ ବିଦା ହୋଇପାରେ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିର ଆସନ ସଂଖ୍ୟା ୩୪୨। ସଂଖ୍ୟା ଗରିଷ୍ଠତା ପାଇଁ ୧୭୨ ଆସନ ଆବଶ୍ୟକ। ଇମ୍ରାନଙ୍କ ଦଳ ୧୫୫ ସିଟ୍‌ ଦଖଲ କରିଛି। ସହଯୋଗୀ ଦଳ ସମର୍ଥନ ପ୍ରତ୍ୟାହାର କଲେ ଇମ୍ରାନ୍‌ ସରକାର ସଂଖ୍ୟାଲଘୁରେ ପରିଣତ ହେବେ। ଶାସନ, ଅର୍ଥନୀତି, ବୈଦେଶିକ ନୀତି ଆଦି ପରିଚାଳନାରେ ଇମ୍ରାନ ବିଫଳ ହୋଇଥିବା ଅଭିଯୋଗରେ ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ଇମ୍ରାନ ଆସ୍ଥାଭୋଟର ସମ୍ମୁଖୀନ ହୋଇପାରନ୍ତି। ପ୍ରକାଶ ଯେ, ଇମ୍ରାନ ସବୁକଥାରେ ନିର୍ଭରଶୀଳ ଥିବାରୁ ତାଙ୍କୁ ପାକିସ୍ତାନରେ ଜଣେ ଦୁର୍ବଳ ପ୍ରଧାନମନ୍ତ୍ରୀ ଭାବେ ବିବେଚନା କରାଯାଉଛି। ଦେଶର କୌଣସି ପ୍ରଧାନମନ୍ତ୍ରୀ ୫ ବର୍ଷ ଶାସନ କରିବାରେ ସକ୍ଷମ ହୋଇନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସିର ୧୫ ବର୍ଷ ଶାସନର ଘଟିଲା ପତନ: ପଶ୍ଚିମବଙ୍ଗରେ ପ୍ରଥମଥର ପାଇଁ ସରକାର ଗଢ଼ିବ ଭାଜପା

କୋଲକାତା,୪ା୫(ପି.ଟି.):ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଏଠାରେ ଭାଜପା ବିପୁଳ ବିଜୟ ହାସଲ ସହ ପ୍ରଥମ ଥର ପାଇଁ ରାଜ୍ୟରେ ସରକାର ଗଢ଼ିବାକୁ…

ଆସାମରେ ହ୍ୟାଟ୍ରିକ୍‌ କଲା ଭାଜପା: କଂଗ୍ରେସ ଆଶା ଧୂଳିସାତ୍‌

ଗୁଆହାଟୀ,୪ା୫:ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଆସାମର ୧୨୬ ଆସନ ବିଶିଷ୍ଟ ବିଧାନସଭାରେ ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ବିଜୟୀ ହୋଇ ହ୍ୟାଟ୍ରିକ୍‌ କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ…

ରସଗୋଲା କାହାର, ଓଡ଼ିଶାର ନା ପଶ୍ଚିମବଙ୍ଗର: ଭାଜପାର ମହାବିଜୟ ପରେ ଖୋଲାଖୋଲି ଧର୍ମେନ୍ଦ୍ର ପ୍ରଧାନ ଦେଲେ ଏମିତି ଜବାବ

କୋଲକାତା,୪।୫: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ନିର୍ବାଚନ ଫଳାଫଳରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି ଏବଂ ୧୫ ବର୍ଷ ଧରି ଶାସନ କରୁଥିବା…

ଧୋତି-କୁର୍ତ୍ତା ପିନ୍ଧି ଧମାକାଦାର ଏଣ୍ଟ୍ରି କଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ,୪।୫: ପଶ୍ଚିମବଙ୍ଗ, ଆସାମ ଏବଂ ପୁଡୁଚେରୀରେ ଭାଜପାର ଐତିହାସିକ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଦଳୀୟ ମୁଖ୍ୟାଳୟରେ ସମାବେଶକୁ ସମ୍ବୋଧିତ କରିବାକୁ ପହଞ୍ଚିଥିଲେ।…

୫ ପ୍ରତିଶ୍ରୁତି ପୂରଣ କରିବାକୁ ପଶ୍ଚିମବଙ୍ଗ ଲୋକଙ୍କୁ କଥା ଦେଲେ ପ୍ରଧାନମନ୍ତ୍ରୀ: କହିଲେ ପ୍ରଥମ ବୈଠକରେ ହିଁ କରାଯିବ ଲାଗୁ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ୨୯୩ ଆସନରୁ ୨୦୪ ଆସନ ଜିତି ଏକ ବିଶାଳ ବିଜୟ ହାସଲ କରିଛି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଏକ ବିଜୟ…

ମେସିଙ୍କ ଯୋଗୁ ହାରିଗଲେ ମମତା ଦିଦି! ପରାଜୟ ପରେ ଟିଏମସିକୁ ଟ୍ରୋଲିଂ, ଜାଣନ୍ତୁ କାହିଁକି…

କୋଲକାତା,୪।୫: କିଛି ମାସ ପୂର୍ବରୁ, ଫୁଟବଲ ଆଇକନ ଲିଓନେଲ ମେସି ଭାରତ ଗସ୍ତ କରିଥିଲେ। ସାରା ଦେଶରେ ତାଙ୍କର ଗସ୍ତ ସୁରୁଖୁରୁରେ ଚାଲିଥିବାବେଳେ, କୋଲକାତାରେ ବ୍ୟାପକ ଉତ୍ତେଜନା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟନ୍‌: ସ୍ବାଧୀନତା ପରେ ପ୍ରଥମଥର ପାଇଁ…

ଥିରୁଭାନନ୍ତପୁରମ୍‌,୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଆସିଛି, ଯଦିଓ ବର୍ତ୍ତମାନ ଅନେକ ନିର୍ବାଚନମଣ୍ଡଳୀରେ ଭୋଟ ଗଣତି ଚାଲିଛି। ଧାରା ଅନୁସାରେ, ବାମପନ୍ଥୀମାନେ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ…

ବହୁ ସଂଖ୍ୟାରେ କର୍ମୀମାନେ ଏକଜୁଟ ହୋଇ ମନାଇଲେ ବିଜୟ ଉତ୍ସବ: ପରସ୍ପରକୁ ମିଠା ଖୁଆଇ…

ହାଟଡିହୀ,୪l୫(ଶୁଭକାନ୍ତ ନାୟକ): ପଶ୍ଚିମବଙ୍ଗରେ ଭାଜପାର ବାଜିମାତକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀଠାରେ ସୋମବାର ସନ୍ଧ୍ୟାରେ ଭାଜପା ବିଜୟ ଉତ୍ସବ ପାଳନ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri