ଇମ୍ରାନଙ୍କୁ ଗିରଫ ଭୟ

ଇସଲାମାବାଦ୍‌,୧୭।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ଗିରଫ ଖଣ୍ଡା ଝୁଲୁଛି। ଲାହୋର ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଇମ୍ରାନଙ୍କ ବାସଭବନରେ ପହଞ୍ଚିଛି। ଇମ୍ରାନଙ୍କ ସମର୍ଥକମାନେ ତାଙ୍କ ବାସଭବନକୁ ଘେରି ରହିଛନ୍ତି।
ଏହାପୂର୍ବରୁ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରଦର୍ଶନ ମାମଲାରେ କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପାକିସ୍ତାନର ଏକ ଆତଙ୍କବାଦ ବିରୋଧୀ କୋର୍ଟ ସମ୍ପୃକ୍ତ ମାମଲାର ଶୁଣାଣିରେ ଯୋଗ ନ ଦେବାରୁ ଇମ୍ରାନଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ।
ବିଚାରପତି ରାଜା ଜାୱାଦ ଅବ୍ବାସ ଏହି ମାମଲାର ଶୁଣାଣି କରି କହିଛନ୍ତି, ଇମ୍ରାନ ଖାନଙ୍କୁ କୋର୍ଟରେ ହାଜର ହେବାକୁ ପର୍ଯ୍ୟାପ୍ତ ସମୟ ଦିଆଯାଇଥିଲା, କିନ୍ତୁ ସେ ହାସର ହୋଇ ନ ଥିଲେ। ତେବେ ଇମ୍ରାନ ଖାନଙ୍କ ଓକିଲ ବାବର ଆୟାନ କହିଛନ୍ତି, ଗତ ବର୍ଷ ଇମ୍ରାନଙ୍କ ଉପରେ ହୋଇଥିବା ଆକ୍ରମଣରୁ ସୁସ୍ଥ ହୋଇନାହାଁନ୍ତି ଏବଂ ତାଙ୍କୁ କୋର୍ଟରେ ହାଜର ହେବାର ଶେଷ ସୁଯୋଗ ଦିଆଯିବା ଉଚିତ। କିନ୍ତୁ କୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି।
ଗତ ଶୁଣାଣିରେ କୋର୍ଟ ଇମ୍ରାନ ଖାନଙ୍କ ଭର୍ଚୁଆଲ ଶୁଣାଣି ପାଇଁ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲେ। ଫେବୃଆରୀ ୧୫ରେ ଇମ୍ରାନଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ କହିଥିଲେ। ତେବେ ଇମ୍ରାନ ଖାନ କୋର୍ଟରେ ହାଜର ହୋଇ ନ ଥିଲେ।
ସୂଚନାଯୋଗ୍ୟ, ଗତ ବର୍ଷ ନିର୍ବାଚନ ଆୟୋଗ ପ୍ରତିବନ୍ଧିତ ଅର୍ଥ ହେରଫେର ମାମଲାରେ ଇମ୍ରାନ ଖାନଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ। ଏହା ପରେ ତେହେରିକ-ଇ-ଇନସାଫ କାର୍ଯ୍ୟକର୍ତ୍ତାମାନେ ସାରା ଦେଶରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାଳୟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ମାମଲାରେ ଗତ ବର୍ଷ ଅକ୍ଟୋବରରେ ପୋଲିସ ଆତଙ୍କବାଦ ବିରୋଧୀ ଆଇନ ଅନୁଯାୟୀ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ମାମଲାରେ ଇମ୍ରାନ ଖାନଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri