ପାକିସ୍ତାନରେ ଆତଙ୍କବାଦ ପାଇଁ ଇମ୍ରାନ୍‌ ଦାୟୀ, ଶହବାଜ ସରିଫଙ୍କ ଦାବି…

ଇସଲାମାବାଦ, ୨୭।୬ : ପ୍ରଧାନମନ୍ତ୍ରୀ ଶହବାଜ ସରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନରେ ଆତଙ୍କବାଦୀ ସକ୍ରିୟତା ପାଇଁ ଦାୟୀ କରିଛନ୍ତି। ସେ କହିଛନ୍ତି ଯେ ଦେଶରେ ଆତଙ୍କବାଦୀ ଘଟଣା ପାଇଁ ଇମ୍ରାନ ଖାନ ହିଁ ଦାୟୀ।

ଆତଙ୍କବାଦ ବିରୋଧରେ ନ୍ୟାଶନାଲ ଆକ୍ସନ ପ୍ଲାନ ସଠିକ ରୂପେ କାର୍ଯ୍ୟକାରୀ ହୋଇପାରିଲା ନାହିଁ ଏବଂ ଏଥିପାଇଁ ଇମ୍ରାନ ଖାନଙ୍କ ସରକାରଙ୍କ ଦୋଷ ଥିବା ସେ କହିଛନ୍ତି। ସେ କହିଛନ୍ତି ଆମ ସରକାର ବର୍ତ୍ତମାନ ଏହି ଆକ୍ସନ ପ୍ଲାନକୁ କାର୍ଯ୍ୟକାରୀ କରିବେ ଯାହା ଗତ୪ ବର୍ଷ ଧରି ହୋଇ ନ ଥିଲା। ଯେଉଁଥିପାଇଁ ଦେଶରେ ଆତଙ୍କବାଦ ବୃଦ୍ଧି ପାଇଥିଲା।

ଅନୁଷ୍ଠିତ ଏକ ବୈଠକରେ ସେ କହିଛନ୍ତି ଯେ ଗତ ୪ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ଯୋଜନା କାର୍ଯ୍ୟକାରୀ ନକରିବାର ଫଳାଫଳ ହେଉଛି ଯେ ୨୦୨୧ରେ ଆତଙ୍କବାଦୀ ଆକ୍ରମଣରେ ୫୬ ପ୍ରତିଶତ ବୃଦ୍ଧି ଘଟିଛି। ଏଥି ସହିତ, ଦ ଏକ୍ସପ୍ରେସ ଟ୍ରିବ୍ୟୁନର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ଇନଷ୍ଟିଚ୍ୟୁଟ ଫର କନଫ୍ଲିକ୍ଟ ଆଣ୍ଡ ସିକ୍ୟୁରିଟି ଷ୍ଟଡିଜର ଏକ ରିପୋର୍ଟରୁ ଜଣାପଡିଛି ଯେ ୨୦୨୧ରେ ଆତଙ୍କବାଦୀମାନେ ୨୯୪ ଆକ୍ରମଣ କରିଥିଲେ। ଯେଉଁଥିରେ ୩୮୮ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୬୦୬ ଜଣ ଆହତ ହୋଇଥିଲେ।

ଲାହୋରରେ ଏହି ଘୋଷଣା କରି ଶାହବାଜ ସରିଫ କହିଛନ୍ତି ଯେ ଏହି ଜାତୀୟ କାର୍ଯ୍ୟ ଯୋଜନା ପୁଣି କାର୍ଯ୍ୟକାରୀ ହେବ। ଆତଙ୍କବାଦୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏକ ଜାତୀୟ ସହମତି ପ୍ରକାଶ ପାଇଥିଲେ ମଧ୍ୟ ଇମ୍ରାନ୍‌ ସରକାର ଏଥିରେ ବିଫଳ ରହିଥିବା ଶାହବାଜ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri