ବରିଷ୍ଠ ଖବରଦାତାଙ୍କ ହତ୍ୟାରେ ପାକିସ୍ତାନୀ ସେନାର ପ୍ରମୁଖ ଅଧିକାରୀ ସାମିଲ: ଇମ୍ରାନ ଖାନ

ଇସଲାମାବାଦ,୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କ୍ଷମତାରୁ ହଟାଯିବା ପରେ ନୂଆ ନୂଆ ଦାବି କରୁଛନ୍ତି। ବର୍ତ୍ତମାନ ସେ ଆଇଏସଆଇର ବରିଷ୍ଠ ଅଧିକାରୀ ମେଜର ଜେନେରାଲ ଫୈସଲ ନାସିରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ବରିଷ୍ଠ ଖବରଦାତା ଅରଶଦ ଶରିଫଙ୍କ ହତ୍ୟାରେ ଫୈସଲ ନାସିର ସମ୍ପୃକ୍ତ ଥିବା ପିଟିଆଇ ମୁଖ୍ୟ ଦାବି କରିଛନ୍ତି। ସେ କହିଛନ୍ତି, ଆଇଏସଆଇ ଅଧିକାରୀ ମେଜର ଜେନେରାଲ ଫୈସଲ ନାସିର ତାଙ୍କୁ ଦୁଇଥର ହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଲାହୋରର ଏକ ରାଲିରେ ସମ୍ବୋଧିତ କରିବା ସମୟରେ ଏହି ବିବୃତ୍ତି ଦେଇଥିଲେ ଇମ୍ରାନ। ସେ ଆହୁରି କହିଛନ୍ତି, ମେଜର ଜେନେରାଲ ଫୈସଲ ନାସିରମୋତେ ଦୁଇଥର ହତ୍ୟା କରିବାକୁ ଚେଷ୍ଟା କରିଥିଲେ। ଏଥିସହ ଅରଶଦ ଶରିଫଙ୍କ ହତ୍ୟାରେ ମଧ୍ୟ ଜଡିତ ଅଛନ୍ତି।

ସୂଚନାଯୋଗ୍ୟ, କେନିଆରେ ଜଣେ ଖବରଦାତାଙ୍କ ହତ୍ୟା ପରେ ପାକିସ୍ତାନରେ ବ୍ୟାପକ ହିଂସା ଦେଖାଦେଇଥିଲା। ୨୩ ଅକ୍ଟୋବର ୨୦୨୨ର ବିଳମ୍ବିତ ରାତିରେ ଅରଶଦ ଶରିଫଙ୍କୁ କେନିଆ ପୋଲିସ ହତ୍ୟା କରିଥିଲା। ତେବେ ଭୁଲ ପରିଚୟ ଯୋଗୁ ତାଙ୍କୁ ଗୁଳି କରାଯାଇଥିଲା ବୋଲି ପୋଲିସ କହିଥିଲା। କିନ୍ତୁ ତାଙ୍କୁ ସୁଚିନ୍ତିତ ଭାବେ ହତ୍ୟା କରାଯାଇଥିବା ଖବରଦାତାଙ୍କ ପରିବାର ସର୍ବଦା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri