ଇମ୍ରାନଙ୍କ ଗିରଫଦାରୀକୁ ନେଇ ପାକିସ୍ତାନରେ ଜନ ଅସନ୍ତୋଷ, ୧୯ ପ୍ରଦର୍ଶନକାରୀ ଗିରଫ

ଇସଲାମାବାଦ,୬।୮: ପାକିସ୍ତାନରେ ପିଟିଆଇର ୧୯ କର୍ମୀଙ୍କୁ ଗିରଫ କରାଯାଇଛି। ପିଟିଆଇ ମୁଖ୍ୟ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଗିରଫକୁ ନେଇ ବିରୋଧ ପ୍ରଦର୍ଶନ କରିବାସହ ଧାରଣା ଦେଇଥିବାରୁ ଏହି କର୍ମୀଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ତୋଶାଖାନା ମାମଲାରେ ଇମ୍ରାନ ଖାଁଙ୍କୁ ପାକିସ୍ତାନର ଜିଲା ଏବଂ ସେସନ କୋର୍ଟ ଦ୍ୱାରା ତିନି ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ଏହା ସହିତ ତାଙ୍କୁ ୫ବର୍ଷ ପାଇଁ ନିର୍ବାଚନ ଲଢିବାକୁ ବାରଣ କରାଯାଇଛି।

କରାଚିରୁ ୧୯ ଜଣ ପିଟିଆଇ ସମର୍ଥକଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି। ଏଥିମଧ୍ୟରୁ ପାଞ୍ଚ ଜଣ କରାଚି ପ୍ରେସ କ୍ଲବ ବାହାରେ, ୧୧ଜଣ ମାଲିର ଜିଲାରୁ, ୫ ଜଣ ଶରାଫି ଗୋଥ, ୫ଜଣ କୟାଦାବାଦରୁ ଏବଂ ୩ ଜଣ ଉତ୍ତର ନାଜିମାବାଦ ବ୍ଲକରୁ ଗିରଫ ହୋଇଛନ୍ତି। ଶନିବାର ଇମ୍ରାନଙ୍କ ଗିରଫଦାରୀକୁ ବିରୋଧ କରି ପିଟିଆଇ ପାର୍ଟି ପାକିସ୍ତାନରେ ଶାନ୍ତିପୂର୍ଣ୍ଣ ପଦଯାତ୍ରା କରିବା ନେଇ ଆଲୋଚନା କରିଥିଲା। ଓକିଲଙ୍କ ସମେତ ପିଟିଆଇ କର୍ମୀମାନେ ଲାହୋରର ଜମାନ ପାର୍କରେ ଥିବା ଇମ୍ରାନଙ୍କ ବାସଭବନ ବାହାରେ ବିରୋଧ କରିଥିଲେ। ସୂଚନାଯୋଗ୍ୟ, ଅତୀତରେ ଯେତେବେଳେ ତାଙ୍କୁ ଗିରଫ କରାଯାଇଥିଲା, ସେତେବେଳେ ପିଟିଆଇ ସମର୍ଥକମାନେ ସାରା ଦେଶରେ ବିରୋଧ କରିଥିଲେ ଏବଂ ପ୍ରବଳ ହିଂସା ଆରମ୍ଭ ହୋଇଥିଲା। ସେହି ସମୟରେ କ୍ରୋଧିତ ଜନତାଙ୍କ ଦ୍ୱାରା ବହୁ ସେନା ଅଧିକାରୀ ଏବଂ ସରକାରୀ କର୍ମଚାରୀଙ୍କ ବାସଭବନ ପୋଡି ପାଉଁଶ ହୋଇଯାଇଥିଲା। ଏହି କାରଣରୁ ପାକିସ୍ତାନୀ ପୋଲିସ ଏବଂ ସେନା ଏହି ପ୍ରତିବାଦରେ ସତର୍କ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?