୬ଦିନ ପରେ ମୁଁ ପୁଣି ଆସିବି…

ଇସଲାମାବାଦ,୨୬ ।୫: ଶେଷ ହୋଇଛି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଆଜାଦୀ ମାର୍ଚ୍ଚ । ସଂସଦ ବାହାରେ ପୋଲିସ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ପରେ ଏହା ଶେଷ ହୋଇଛି । ଏହାରି ଭିତରେ ଇମ୍ରାନ ବିଧାନସଭା ଭଙ୍ଗ କରିବା ଓ ପୁଣିଥରେ ନିର୍ବାଚନ ଘୋଷଣା କରିବାକୁ ଶେହବାଜ ଶରିଫ ସରକାରଙ୍କୁ ୬ ଦିନ ସମୟ ଦେଇଛନ୍ତି । ସେ କହିଛନ୍ତି ଯଦି ଏହା କରିବାରେ ସରକାର ବିଫଳ ହୁଅନ୍ତି ତେବେ ସେ ସମ୍ପୂର୍ଣ୍ଣ ଦେଶ ସହ ରାଜଧାନୀକୁ ଫେରିବେ ।
ଇମ୍ରାନ ଆହୁରି ମଧ୍ୟ କହିଛନ୍ତି ଅନାସ୍ଥା ପ୍ରସ୍ତାବ ଜରିଆରେ ତାଙ୍କ ସରକାରଙ୍କୁ ଭାଙ୍ଗିବା ଓ ଶେହବାଜ ଶରିଫଙ୍କ ନେତୃତ୍ୱରେ ସରକାର ଗଠନ କରିବା ଆମେରିକା ଷଡଯନ୍ତ୍ରର ଫଳାଫଳ । ହେଲେ ତାଙ୍କ ସହ ଦେଶର ସମର୍ଥନ ରହିଛି ବୋଲି ଦର୍ଶାଇବାକୁ ସେ ପୁଣିଥରେ ନିର୍ବାଚନ ଘୋଷଣା କରିବାକୁ ଦାବି କରିଛନ୍ତି । ଯଦି ଏହା ନ ହେଲା ତେବେ ସେ ପୁଣି ୬ ଦିନ ପରେ ଫେରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ

ଉଦଳା,୩ା୯(ସନ୍ତୋଷ ବାଛିନୀ): ସାବତ ଶ୍ୱଶୁର ହେଲେ ରକ୍ତମୁଖା। ଲୁହା ରଡ୍‌ରେ ପିଟିପିଟି ଜ୍ୱାଇଁଙ୍କୁ ହତ୍ୟା କରିଛନ୍ତି। ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ମଝିଗଡ଼ିଆ…

ରତ୍ନେଶ୍ଵରୀ ମନ୍ଦିର ଭିତରେ ଗର୍ଜନ କରୁଥିବା ବିରାଟ ଅହିରାଜ! ଲୋକେ ଛାନିଆ, ବନବିଭାଗ ପହଞ୍ଚି…

ଦିଗପହଣ୍ଡି/ଚିକିଟି,୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ବ୍ଲକ କାର୍ଯ୍ୟାଳୟ ନିକଟ ମା ‘ ରତ୍ନେଶ୍ଵରୀ ମନ୍ଦିରରୁ କିଙ୍ଗକୋବ୍ରା ଉଦ୍ଧାର କରାଯାଇଛି ।…

ମଝି ଆକାଶରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ପାଇଲଟ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୩।୯: ଦୋହାରୁ ବେଙ୍ଗାଲୁରୁ ଯାଉଥିବା ଇଣ୍ଡିଗୋ ବିମାନ 6E 1302 ଗୁରୁବାର ମସ୍କଟରେ ସୁରକ୍ଷିତ ଜରୁରୀକାଳୀନ ଅବତରଣ କରିଛି। ଯାତ୍ରା ସମୟରେ ପାଇଲଟ ହଠାତ୍‌ ଅସୁସ୍ଥ ହୋଇପଡ଼ିବା…

ଗଞ୍ଜେଇ ଚୋରା ଚାଲାଣ ମାମଲା: ଅହମ୍ମଦାବାଦରୁ ଆସି ଗାଁରେ ଲୁଚିଥିଲେ ଅଭିଯୁକ୍ତ, ପୋଲିସ ପହଞ୍ଚି…

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ଜଗନ୍ନାଥପୁର ଗ୍ରାମର କବିରାଜ ସ୍ବାଇଁଙ୍କ ପୁଅ ଜିତୁ ଓରଫ ଜିତେନ୍ଦ୍ର କୁମାର (୪୦)ଙ୍କୁ ଗୁଜରାଟର ଅହମ୍ମଦାବାଦସ୍ଥିତ କ୍ରାଇମବ୍ରାଞ୍ଚ…

ଧରିତ୍ରୀ ପ୍ରଭାବ; ଅଙ୍ଗନବାଡ଼ିରେ ପିଲାଙ୍କୁ ମିଳୁ ନଥିଲା ରନ୍ଧାଖାଦ୍ୟ, ଜିଲା ପ୍ରଶାସନର ଯାଞ୍ଚ ପରେ ଅଣ୍ଡା…

ଉଦଳା,୩।୯(ସନ୍ତୋଷ ବାଛିନୀ): ଖବର ପ୍ରସାରଣ ପରେ ଆକ୍ସନ ମୋଡରେ ଜିଲା ପ୍ରଶାସନ । ନିଜେ ତଦନ୍ତ କରିବା ପରେ ଅଙ୍ଗନବାଡିରେ ଆରମ୍ଭ ହେଲା ରୋଷେଇ । ଶିଶୁଙ୍କୁ…

ରିଲିଫ ନେଇ ଫେରୁଥିବା ବେଳେ ଛାତ୍ରଙ୍କ ମୁଣ୍ଡରେ ପଡ଼ିଗଲା ନଡ଼ିଆ, ତାପରେ….

ବାରିପଦା,୨।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସହର ମଧୁବନ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗଛରୁ ନଡ଼ିଆ ଖସି ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍‌): ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri