ପାକ ମନ୍ତ୍ରୀଙ୍କ ଦାବି, ଗିରଫରୁ ବଞ୍ଚିବାକୁ ପାଚେରି ଡେଇଁ ପଳାଇଛନ୍ତି ଇମ୍ରାନ, ଲୁଚିଛନ୍ତି ପଡୋଶୀ ଘରେ

ଇସଲାମାବାଦ,୭ ।୩: ପାକିସ୍ତାନ ଗୃହମନ୍ତ୍ରୀ ରାଣା ସନାଉଳ୍ଲାହ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ନେଇ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଗୋଟିଏ ଦିନ ପୂର୍ବରୁ ତୋଶାଖାନା ମାମଲାରେ ଗରିଫ ହେବା ଭୟରେ ଇମ୍ରାନ ଖାଁ ଲାହୋରରେ ଥିବା ତାଙ୍କ ଘରର ପାଚେରି ଫଟାଇ ପଳାଇ ଯାଇଛନ୍ତି । ସୂଚନାଯୋଗ୍ୟ, ଇମ୍ରାନଙ୍କୁ ଗିରଫ କରିବାକୁ ରବିବାର ଇସଲାମାବାଦ ପୋଲିସ ଲାହୋର ପହଞ୍ଚିଥିଲା । ହେଲେ ଏହି ସମୟରେ ଇମ୍ରାନ ତାଙ୍କ ଘରେ ନ ଥିଲେ । ସେଠାରେ ତାଙ୍କ ଲିଗାଲ ଟିମ ଆଶ୍ୱାସନା ଦେଇଥିଲେ କି ଇମ୍ରାନ ୭ ମାର୍ଚ୍ଚରେ କୋର୍ଟରେ ଉପସ୍ଥିତ ହେବେ ।
ପାକିସ୍ତାନ ମିଡିଆର ସୂଚନା ଅନୁଯାୟୀ, ଏବେ ରାଣା ସନାଉଲ୍ଲାହ କହିଛନ୍ତି, ଇମ୍ରାନଙ୍କୁ ଗିରଫ କରିବାକୁ ପହଞ୍ଚିଥିବା ପୋଲିସ ନାକେଦମ ହୋଇଛି । ସେ ସମୟରେ ଲାହୋରରେ ନାଟକ ଭଳି ପରିସ୍ଥିତି ଉପୁଜିଥିଲା । ଏମିତିକି ଶୁଣିବାକୁ ମିଳିଥିଲା କି ଇମ୍ରାନ ଲୁଚିବା ପାଇଁ ତାଙ୍କ ପଡୋଶୀ ଘରକୁ ଚାଲିଯାଇଛନ୍ତି । କିଛି ସମୟ ପରେ ସେ ସାମ୍ନାକୁ ଆସିଥିଲେ ଓ ଏକ ବଡ ଭାଷଣ ଦେଇଥିଲେ । ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ସତରେ ଯଦି ପୋଲିସ ଇମ୍ରାନଙ୍କୁ ଗିରଫ କରିବାକୁ ଚାହୁଁଥିଲା ତେବେ ଏହା ସଠିକ ରଣନୀତି ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri