ଇମ୍ରାନଙ୍କ ଗିରଫକୁ ନେଇ ଏମିତି ପ୍ରତିକ୍ରିୟା ଦେଲେ ପୂର୍ବତନ ପତ୍ନୀ ରେହନ, ଭାଇରାଲ ହେଉଛି ଟୁଇଟ

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ନିକଟରୁ ଗିରଫ କରାଯାଇଛି। ଏହି ଗିରଫ ଘଟଣାକୁ ବିରୋଧ କରି ପାକିସ୍ତାନର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ ଜାରି ରହିଛି, ଯାହା ଏବେ ହିଂସାର ରୂପ ନେଲାଣି। ଏବେ ଇମ୍ରାନଙ୍କ ଗିରଫକୁ ନେଇ ତାଙ୍କର ପୂର୍ବତନ ପତ୍ନୀ ରେହନ ଖାଁଙ୍କ ଟୁଇଟ ସାମ୍ମାକୁ ଆସିଛି। ଟୁଇଟରେ ରେହନ ଲେଖିଛନ୍ତି, ତାଙ୍କର କାହା ସହ ପ୍ରତ୍ୟେକ୍ଷ ଭାବେ ଶତ୍ରୁତା ନାହିଁ। ସୂଚନାଯୋଗ୍ୟ, ଇମ୍ରାନ ଖାଁ ଓ ରେହନ ଖାଁଙ୍କ ବିବାହ ମାତ୍ର ୧୦ ମାସ ଚାଲିଥିଲା ଏହାପରେ ଦୁଇ ଜଣଙ୍କ ମଧ୍ୟରେ ତଲାକ ହେବା ପରେ ଇମ୍ରାନଙ୍କୁ ନେଇ ରେହାନ ଚମକାଇବା ଭଳି ତଥ୍ୟ ସାମ୍ନାକୁ ଆଣିଥିଲେ।

ରେହାନ ଟୁଇଟରେ ଲେଖିଛନ୍ତି କି ମୋର କାହା ସହିତ ବ୍ୟକ୍ତିଗତ ଶତ୍ରୁତା ନାହିଁ। ମୋର କେବଳ ଚିନ୍ତା ପାକିସ୍ତାନବାସୀଙ୍କର ସୁରକ୍ଷା ଓ ଆମର ସାର୍ବଭୌମତ୍ୱ ବିଷୟରେ। ଅନେକ ଥର ବାହ୍ୟ ଶକ୍ତି ଆମ ଅର୍ଥନୀତିକୁ ନଷ୍ଟ କରିବା ଏବଂ ଅରାଜକତା ବିସ୍ତାର କରିବା ପାଇଁ କେତେକ ଲୋକଙ୍କୁ ବ୍ୟବହାର କରୁଛନ୍ତି। ଏହାର ଏକ ଲମ୍ବା ଇତିହାସ ରହିଛି କିନ୍ତୁ ଆମକୁ ଭାଗ୍ୟ ବଦଳାଇବାକୁ ପଡିବ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ୩.୦ କ୍ୟାବିନେଟରେ ହୋଇପାରେ ବଡ଼ ଅଦଳବଦଳ! ପ୍ରଥମ ଥର ପାଇଁ ମନ୍ତ୍ରୀ ହୋଇପାରନ୍ତି…

ଭାଜପାର ନୂଆ ଟିମ୍ ପ୍ରସ୍ତୁତ ହେବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କେନ୍ଦ୍ରୀୟ କ୍ୟାବିନେଟରେ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଛି । ସୂତ୍ର ଅନୁସାରେ…

ଡାକ୍ତରୀ ମିଶନ ପାଇଁ ଆସିବେ ‘ସାଇବର୍ଗ କକ୍‌ରୋଚ୍‌’

ସିଡ୍‌ନୀ,୨୮।୮(ରଏଟର୍ସ): ଭୂକମ୍ପ କିମ୍ବା ବଡ଼ଧରଣର ବିପର୍ଯ୍ୟୟ ସମୟରେ କୋଠାବାଡ଼ି ଓ ଧ୍ୱଂସାବଶେଷ ତଳେ ଚାପି ହୋଇ ରହିଥିବା ଆହତ ଲୋକଙ୍କ ପାଖରେ ଜରୁରୀ ଔଷଧ ପହଞ୍ଚାଇବା ପାଇଁ…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ଚାଇନାର ‘ମେଡୋଗ ଡ୍ୟାମ୍‌’ ଭାରତ ପାଇଁ ‘ଓ୍ବାଟର ବମ୍

ନୂଆଦିଲ୍ଲୀ,୨୮ା୮: ତିବ୍ବତରେ ପ୍ରବଳ ଭୂସ୍ଖଳନ ଓ ଗ୍ଲେସିଅର୍‌ ଫାଟିବା ଯୋଗୁ ନେପାଳରେ ୨୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ସହ ହଜାରେରୁ ଅଧିକ ନିଖୋଜ ହେବା ଘଟଣା…

ନେପାଳ ବନ୍ୟାର ରହସ୍ୟ ଉପରୁ ହଟିଲା ପରଦା, ଭୂକମ୍ପ ନୁହେଁ ଏହି କାରଣ….

କାଠମାଣ୍ଡୁ,୨୮।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଥମେ ଏହାର କାରଣ ଭୂକମ୍ପ ବୋଲି ଆଶଙ୍କା କରାଯାଇଥିଲା। କିନ୍ତୁ ଉପଲବ୍ଧ ବୈଜ୍ଞାନିକ ତଥ୍ୟ ଅନୁସାରେ, ବନ୍ୟାର ତତ୍କାଳୀନ କାରଣ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri