ଇମ୍ରାନଙ୍କୁ ଆଶ୍ୱସ୍ତି: ହାଇକୋର୍ଟରୁ ମିଳିଲା ଜାମିନ

ଇସଲାମାବାଦ,୧୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପିଟିଆଇ ମୁଖ୍ୟ ଇମ୍ରାନ ଖାନ ଶୁକ୍ରବାର ଇସଲାମାବାଦ ହାଇକୋର୍ଟରୁ ଜାମିନ ପାଇଛନ୍ତି। ଅଲ-କାଦିର ଟ୍ରଷ୍ଟ ମାମଲାରେ ହାଇକୋର୍ଟ ଶୁଣାଣି କରି ତାଙ୍କୁ ଦୁଇ ସପ୍ତାହ ଜାମିନ ପ୍ରଦାନ କରିଛନ୍ତି। ଇମ୍ରାନଙ୍କ ମାମଲାର ଶୁଣାଣିରେ ତିନିଜଣିଆ ଖଣ୍ଡପୀଠ ଉପସ୍ଥିତ ଥିଲେ। କୋର୍ଟରେ ଶୁଣାଣି ସମୟରେ ପିଟିଆଇ ସମର୍ଥକମାନେ ହଙ୍ଗାମା କରିଥିଲେ।

କଡ଼ା ସୁରକ୍ଷା ମଧ୍ୟରେ ଇମ୍ରାନଙ୍କୁ ଇସଲାମାବାଦ ହାଇକୋର୍ଟକୁ ନିଆଯାଇଥିଲା। ଏହି ସମୟରେ ଇମ୍ରାନଙ୍କ ସମର୍ଥକମାନେ ଇସଲାମାବାଦର ଶ୍ରୀନଗର ରାଜପଥ ବନ୍ଦ କରିଦେଇଥିଲେ। ଇସଲାମାବାଦ ହାଇକୋର୍ଟରେ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

ଏହାପୂର୍ବରୁ ଇମ୍ରାନଙ୍କୁ ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ପରିସରରୁ ପାକିସ୍ତାନ ରେଞ୍ଜର୍ସ ଗିରଫ କରିଥିଲା। ଗିରଫ ପରେ ବିରୋଧ ଆରମ୍ଭ ହୋଇଥିଲା, ଏହା ପରେ ଦେଶର ବିଭିନ୍ନ ସ୍ଥାନରେ ପିଟିଆଇ କର୍ମଚାରୀମାନେ ନିଆଁ ଲଗାଇ ହଙ୍ଗାମା କରିଥିଲେ। ଏହା ପରେ ଗୁରୁବାର ସୁପ୍ରିମକୋର୍ଟ ତାଙ୍କ ଗିରଫଦାରୀକୁ ବେଆଇନ ଘୋଷଣା କରି ଇମ୍ରାନଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri