ଇମ୍ରାନଙ୍କୁ ଆଶ୍ୱସ୍ତି: ହାଇକୋର୍ଟରୁ ମିଳିଲା ଜାମିନ

ଇସ୍‌ଲାମାବାଦ୍‌,୨୦।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ସୋମବାର ଲାହୋର କୋର୍ଟରୁ ଇମ୍ରାନଙ୍କୁ ଜାମିନ ମିଳିଛି। ଶୁଣାଣି ପାଇଁ ଇମ୍ରାନ ସନ୍ଧ୍ୟା ୫ଟା ୩୦ରେ ନିଜେ କୋର୍ଟରେ ହାଜର ହୋଇଥିଲେ। ଏହାପରେ ତାଙ୍କର ଶୁଣାଣି ଆରମ୍ଭ ହୋଇଥିଲା। ଯେଉଁଥିରେ କୋର୍ଟ ଇମ୍ରାନଙ୍କ ବିରୋଧରେ ରୁଜୁ ହୋଇଥିବା ଆତଙ୍କବାଦୀ ମାମଲାରେ ତାଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମାର୍ଚ୍ଚ ୩ଯାଏ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଏହି ସମୟରେ ପ୍ରବଳ ସଂଖ୍ୟାରେ ତାଙ୍କର ସମର୍ଥକ କୋର୍ଟ ପରିସରରେ ଉପସ୍ଥିତ ରହିଥିଲେ। ସୂଚନା ମୁତାବକ, ପାକିସ୍ତାନର ତେହେରିକ-ଇ-ଇନ୍‌ସାଫ ପାର୍ଟି (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନ୍‌ କୋର୍ଟରେ ହାଜର ହେବା ପୂର୍ବରୁ କହିଥିଲେ ଯେ, ସେ କୋର୍ଟର ସମ୍ମୁଖୀନ ହେବାକୁ ଚାହୁଁଛନ୍ତି ଏବଂ କିଛି ସମୟରେ ପରେ ସେ ହାଜର ମଧ୍ୟ ହେବେ। ସୂଚନାଯୋଗ୍ୟ, ପାକିସ୍ତାନର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଅଯୋଗ୍ୟ ଦର୍ଶାଯିବା ପରେ ଇମ୍ରାନଙ୍କ ସମର୍ଥକ ଇସ୍‌ଲାମାବାଦରେ ବିରୋଧ ପ୍ରଦର୍ଶନ କରି ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri