Posted inଖେଳ

ପରାଜୟକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅଜବ ବୟାନ: କହିଲେ ‘୫୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଛୋଟ ଦେଶ ଭାରତକୁ ହରାଇ ଦେଲା’

ନୂଆଦିଲ୍ଲୀ,୩।୭: ଗତ ମାସରେ ଭାରତର ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଟାଇଟଲ ଜିତିବାର ସ୍ବପ୍ନ ଧ୍ୱଂସ ହୋଇଯାଇଥିଲା। ଭାରତ ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧନ ନ୍ୟୁଜିଲାଣ୍ଡ ବାଜିମାତ କରିଥିଲା। ସାଉଥାମ୍ପଟନରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାଜିତ କରିଥିଲା। ହେଲେ ପୂର୍ବରୁ ବହୁ ପୂର୍ବତନ କ୍ରିକେଟ ବିଶେଷଜ୍ଞ ବିରାଟ କୋହଲିଙ୍କ ଦଳକୁ ବିଜୟ ପାଇଁ ଶକ୍ତିଶାଳୀ ପ୍ରତିନ୍ଦ୍ୱନ୍ଦ୍ୱୀ ବୋଲି କହିଥିଲେ। ୨୦୧୩ରେ ଭାରତ ଶେଷଥର ପାଇଁ ଆଇସିସି ଟ୍ରଫି ଜିତିଥିଲା। ୮ ବର୍ଷ ପରେ ଭାରତ ପୁଣି ଥରେ ଜିତି ଇତିହାସ ରଚିବ ବୋଲି ସେମାନେ ଆଶା କରିଥିଲେ। ମାତ୍ର ସମସ୍ତଙ୍କୁ ନିରାଶ ହେବାକୁ ପଡ଼ିଥିଲା।

ଏହି କ୍ରମରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ ବିଶ୍ୱକପ୍‌ ବିଜେତା ଅଧିନାୟକ ଇମ୍ରାନ ଖାନ୍‌ ମଧ୍ୟ ଡବ୍ଲୁଟିସି ଫାଇନାଲକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ନିକଟରେ ସେ ଏକ ରାଜନୈତିକ ଆଲୋଚନା ବେଳେ ନ୍ୟୁଜିଲାଣ୍ଡର ବିଜୟକୁ ନେଇ ପ୍ରତିକ୍ରିୟା ଦେଇଥିଲେ। ୫ ମିଲିୟନ(୫୦ ଲକ୍ଷ) ଜନସଂଖ୍ୟା ଥିବା ଏକ ଛୋଟ ଦେଶ କିଛି ସମୟ ପୂର୍ବରୁ ୧.୩ ବିଲିୟନ(୧୩୦ କୋଟିରୁ ଉର୍ଦ୍ଧ୍ୱ) ଜନସଂଖ୍ୟା ବିଶିଷ୍ଟ ଭାରତ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଜିତିଛି। ପ୍ରତିଭାମାନଙ୍କୁ ଖୋଜିବା ଏବଂ ସେମାନଙ୍କ ପ୍ରତିପୋଷଣ ପାଇଁ ବହୁତ ଭଲ ବ୍ୟବସ୍ଥା ଥିବାରୁ ଏହା ଘଟିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri