Posted inଖେଳ

ପରାଜୟକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଅଜବ ବୟାନ: କହିଲେ ‘୫୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଛୋଟ ଦେଶ ଭାରତକୁ ହରାଇ ଦେଲା’

ନୂଆଦିଲ୍ଲୀ,୩।୭: ଗତ ମାସରେ ଭାରତର ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଟାଇଟଲ ଜିତିବାର ସ୍ବପ୍ନ ଧ୍ୱଂସ ହୋଇଯାଇଥିଲା। ଭାରତ ଟୁର୍ନାମେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲା। ହେଲେ କେନ୍‌ ଓ୍ବିଲିୟମସନଙ୍କ ନେତୃତ୍ୱାଧନ ନ୍ୟୁଜିଲାଣ୍ଡ ବାଜିମାତ କରିଥିଲା। ସାଉଥାମ୍ପଟନରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାଜିତ କରିଥିଲା। ହେଲେ ପୂର୍ବରୁ ବହୁ ପୂର୍ବତନ କ୍ରିକେଟ ବିଶେଷଜ୍ଞ ବିରାଟ କୋହଲିଙ୍କ ଦଳକୁ ବିଜୟ ପାଇଁ ଶକ୍ତିଶାଳୀ ପ୍ରତିନ୍ଦ୍ୱନ୍ଦ୍ୱୀ ବୋଲି କହିଥିଲେ। ୨୦୧୩ରେ ଭାରତ ଶେଷଥର ପାଇଁ ଆଇସିସି ଟ୍ରଫି ଜିତିଥିଲା। ୮ ବର୍ଷ ପରେ ଭାରତ ପୁଣି ଥରେ ଜିତି ଇତିହାସ ରଚିବ ବୋଲି ସେମାନେ ଆଶା କରିଥିଲେ। ମାତ୍ର ସମସ୍ତଙ୍କୁ ନିରାଶ ହେବାକୁ ପଡ଼ିଥିଲା।

ଏହି କ୍ରମରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ ବିଶ୍ୱକପ୍‌ ବିଜେତା ଅଧିନାୟକ ଇମ୍ରାନ ଖାନ୍‌ ମଧ୍ୟ ଡବ୍ଲୁଟିସି ଫାଇନାଲକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ନିକଟରେ ସେ ଏକ ରାଜନୈତିକ ଆଲୋଚନା ବେଳେ ନ୍ୟୁଜିଲାଣ୍ଡର ବିଜୟକୁ ନେଇ ପ୍ରତିକ୍ରିୟା ଦେଇଥିଲେ। ୫ ମିଲିୟନ(୫୦ ଲକ୍ଷ) ଜନସଂଖ୍ୟା ଥିବା ଏକ ଛୋଟ ଦେଶ କିଛି ସମୟ ପୂର୍ବରୁ ୧.୩ ବିଲିୟନ(୧୩୦ କୋଟିରୁ ଉର୍ଦ୍ଧ୍ୱ) ଜନସଂଖ୍ୟା ବିଶିଷ୍ଟ ଭାରତ ବିପକ୍ଷରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଜିତିଛି। ପ୍ରତିଭାମାନଙ୍କୁ ଖୋଜିବା ଏବଂ ସେମାନଙ୍କ ପ୍ରତିପୋଷଣ ପାଇଁ ବହୁତ ଭଲ ବ୍ୟବସ୍ଥା ଥିବାରୁ ଏହା ଘଟିଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?