ଗୁଲଜାର ଅହମ୍ମଦ ହେବେ ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ

ଇସ୍‌ଲାମାବାଦ,୪।୪: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ(ପିଟିଆଇ)ର କୋର କମିଟିର ପରାମର୍ଶ ଏବଂ ଅନୁମୋଦନ ପରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପାକିସ୍ତାନର ପୂର୍ବତନ ମୁଖ୍ୟ ବିଚାରପତି ଗୁଲଜାର ଅହମ୍ମଦଙ୍କୁ କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଭାବେ ମନୋନୀତ କରିଛନ୍ତି। ସୋମବାର ପିଟିଆଇ ନେତା ଫୱାର ଚୌଧୁରୀ ଟୁଇଟ କରି ଏନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସୋମବାର ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲଭି ଧାରା ୨୨୪ ଅନୁଯାୟୀ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ପାଇଁ ଜଣେ ଉପଯୁକ୍ତ ବ୍ୟକ୍ତିଙ୍କ ନାମକରଣ ପାଇଁ ପ୍ରଧାନମନ୍ତ୍ରୀ ତଥା ବିରୋଧୀ ଦଳର ନେତାଙ୍କୁ ଏକ ପ୍ରସ୍ତାବ ପଠାଇବାକୁ ବିଜ୍ଞପ୍ତି ଜାରି କରିଥିଲେ। ଏଥିସହ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟନିର୍ବାହୀ ନିଯୁକ୍ତ ହେବା ପର୍ଯ୍ୟନ୍ତ ଇମ୍ରାନ ଖାନ୍‌ ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ପୂରଣ କରିବେ ବୋଲି ଉକ୍ତ ଚିଠିରେ ରାଷ୍ଟ୍ରପତି ଉଲ୍ଲେଖ କରିଥିଲେ। ସୂଚନା ମୁତାବକ ୨୦୧୯ ଡିସେମ୍ବର ୨୧ରୁ ୨୦୨୨ ଫେବୃଆରୀ ୧ ପର୍ଯ୍ୟନ୍ତ ଗୁଲଜାର ଅହମ୍ମଦ ପାକିସ୍ତାନର ୨୭ତମ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri