ଶରିଫଙ୍କୁ ଟାର୍ଗେଟ କଲେ ଇମ୍ରାନ

ଇସ୍‌ଲାମାବାଦ,୧୮ ।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ମଧ୍ୟରେ କଥା କଟାକଟି ଲାଗି ରହିଛି । ଏହି କ୍ରମରେ ଶରିଫ ଦେଇଥିବା ବୟାନକୁ ନେଇ ଏବେ ମୁହଁ ଖୋଲିଛନ୍ତି ଇମ୍ରାନ । ଶରିଫ ଗୋଟିଏ ଦିନ ପୂର୍ବରୁ ଇମ୍ରାନ ସରକାର ଗଠନକୁ ନେଇ ପାକିସ୍ତାନ ସେନା ମୁଖ୍ୟଙ୍କୁ ଦୋଷାରୋପ କରିଥିଲେ । ଏବେ ଏହାର ଜବାବ ଦେଇଛନ୍ତି ଇମ୍ରାନ । ସୂଚନାଯୋଗ୍ୟ, ପାକିସ୍ତାନ ମୁସଲିମ ଲିଗ ନୱାଜ(ପିଏମ୍‌ଏଲ୍‌ଏନ୍‌)ର ୭୦ ବର୍ଷୀୟ ନେତା ନୱାଜ ଶରିଫଙ୍କୁ ଭ୍ରଷ୍ଟାଚାର ମାମଲାରେ ସର୍ବୋଚ୍ଚ ନ୍ୟାୟାଳୟ ୨୦୧୭ରେ ଗାଦିଚ୍ୟୁତ କରିଥିଲେ । ଏହାକୁ ନେଇ ପ୍ରଥମଥର ଶୁକ୍ରବାର ଶରିଫ ସେନାମୁଖ୍ୟ ଜେନେରାଲ କମର ଜାବେଦ ବାଜୱାଙ୍କ ଉପରେ ବର୍ଷିଥିଲେ । ସେ କହିଥିଲେ ଇମ୍ରାନଙ୍କୁ ବିଜୟ ଦେବାକୁ ସେନାମୁଖ୍ୟଙ୍କର ବହୁତ ବଡ ଭୂମିକା ରହିଛି । ଏବେ ଏହାକୁ ନେଇ ଇମ୍ରାନ କହିଛନ୍ତି ପିଏମ୍‌ଏଲ୍‌ଏନ୍ ନେତା ଶରିଫ, ଦଳର ଅଧ୍ୟକ୍ଷ ଜେନେରାଲ ଜିୟାଙ୍କ ଜୋତା ସଫା କରି ଶାସନ କ୍ଷମତା ହାସଲ କରିଥିଲେ । ସୂଚନାଯୋଗ୍ୟ, ନୱାଜ ଶରିଫ ୧୯୮୦ ଦଶକରେ ଶାସନକୁ ଆସିଥିଲେ ଯେତେବେଳେ ଜେନରାଲ ଜିୟା ଉଲ ହକ ଦେଶରେ ମାର୍ଶାଲ ଲ’ ଲାଗୁ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…

କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା।…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri