ସଂସଦରୁ ବାହାରି ଆସିଲେ ଇମ୍ରାନ, ଦଳର ସମସ୍ତ ସଦସ୍ୟ ଦେବେ ଇସ୍ତଫା

ଇସଲାମାବାଦ,୧୧ ।୪: ପାକିସ୍ତାନରେ ଇମ୍ରାନ ଖାଁଙ୍କ ସରକାର ଭାଙ୍ଗିବା ପରେ ଏବେ ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚନକୁ ନେଇ ପ୍ରକ୍ରିୟା ଆରମ୍ଭ ହୋଇ ସାରିଛି । ପାକିସ୍ତାନୀ ସଂସଦରେ ନୂଆ ପ୍ରଧାନମନ୍ତ୍ରୀ ନର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଠିକ୍ ଏହା ପୂର୍ବରୁ ଇମ୍ରାନ ଖାଁ ଓ ତାଙ୍କ ସାଥି ସଦସ୍ୟ ସଂସଦରୁ ବାହାରକୁ ଚାଲି ଆସିଛନ୍ତି । ଅର୍ଥାତ୍ ଇମ୍ରାନ୍ ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚନରେ ଭାଗ ନେବେ ନାହିଁ ବୋଲି ଜଣାପଡିଛି । କେବଳ ସେ ନୁହେଁ ତାଙ୍କ ଦଳର କୌଣସି ସଦସ୍ୟ ଏଥିରେ ଭାଗ ନେବେ ନାହିଁ ବୋଲି କୁହାଯାଉଛି ।

ସୂଚନାଯୋଗ୍ୟ, ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ସୋମବାର ସଂସଦ ତ ପହଞ୍ଚିଲେ, ହେଲେ ମାତ୍ର କିଛି ସମୟ ମଧ୍ୟରେ ସେ ସେଠାରୁ ବାହାରକୁ ଚାଲି ଆସିଲେ । ଏହାପରେ ତାଙ୍କର ବାକି ସମର୍ଥକ ସଦସ୍ୟ ମଧ୍ୟ ସଂସଦ ବାହାରକୁ ଚାଲିଆସିଲେ । ବାହାରକୁ ଆସି ଏମାନେ କହିଲେ ଯେ ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚନ ପ୍ରକ୍ରିୟାକୁ ଆମେ ବହିଷ୍କାର କରୁଛୁ । ଏହାବ୍ୟତୀତ ବାକି ସମସ୍ତ ବିରୋଧୀ ସଦସ୍ୟ ସଂସଦରେ ଉପସ୍ଥିତ ରହିଥିଲେ । ସୂଚନାଯୋଗ୍ୟ, ଇମ୍ରାନଙ୍କ ଦଳ ପିଟିଆଇର କେତେଜଣ ସଦସ୍ୟ ଇସ୍ତଫା ଦେଇଥିବା ବେଳେ ବାକି ସଦସ୍ୟ ବି ଇସ୍ତଫା ଦେଉଛନ୍ତି, ନିଜେ ଇମ୍ରାନ ଏହି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri