‘ତୁମେ ପାକିସ୍ତାନର ହିରୋ’…

ଇସଲାମାବାଦ,୫ ।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ସବୁଠି ଚର୍ଚ୍ଚା ଚାଲିଛି । ତାଙ୍କ ଡାହାଣ ଗୋଡରେ ଗୁଳି ବାଜିଥିଲେ ବ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଇମ୍ରାନ ଖାଁ ଗୁରୁବାର ବଜିରାବାଦରେ ଏକ ରାଲିରେ ଯାଉଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ ହୋଇଥିଲା । ହେଲେ ଏହି ରାଲିରେ ଥିବା ଜଣେ ଯୁବକଙ୍କ ପାଇଁ ସେ ବଞ୍ଚି ଯାଇଥିଲେ । ଏବେ ଉକ୍ତ ଯୁବକ ଜଣଙ୍କ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀଙ୍କୁ ହସ୍ପିଟାଲରେ ଭେଟିବାର ଫଟୋ ଭାଇରାଲ ହୋଇଛି । ଏଥିରେ ଇମ୍ରାନ ଉକ୍ତ ଯୁବକଙ୍କୁ ଅଟୋଗ୍ରଫ ଦେବା ସହ ତାଙ୍କୁ ପାକିସ୍ତାନର ହିରୋ ବୋଲି କହିଛନ୍ତି ।
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ଜୀବନ ରକ୍ଷାର ସମସ୍ତ ଶ୍ରେୟ ଇବତିସାମ ଇବ୍ରାହିମଙ୍କୁ ଦିଆଯାଉଛି । ସେ ନିଜ ଜୀବନକୁ ବାଜି ଲଗାଇ ଖାଁଙ୍କ ସୁଟରଙ୍କୁ ଧରିଥିଲେ । ଇବ୍ରାହିମଙ୍କ ଅନୁଯାୟୀ, ଇମ୍ରାନଙ୍କୁ ନେଇ ଯାଉଥିବା ଗାଡ଼ିଠାରୁ ୧୦-୧୨ ଫୁଟ ଦୂରରେ ଥିବା ବେଳେ ସୁଟର ଆକ୍ରମଣ କରିଥିଲା, ଯେଉଁଥିରେ ଏକ କଣ୍ଟେନର ଲାଗିଥିଲା । ଇବ୍ରାହିମ ଜଣେ ବ୍ୟକ୍ତିଙ୍କୁ ତାଙ୍କ ବନ୍ଧୁକରେ ଗୁଳି ଭର୍ତ୍ତି କରିବା ଓ ୭୦ ବର୍ଷିୟ ପିଟିଆଇ ନେତାଙ୍କ ଉପରେ ନଜର ରଖିଥିବା ସେ ଦେଖିଲେ । ତେବେ ସେ ଗୁଳି କରି ପଳାଇଯିବା ସମୟରେ ତଳେ ପଡିଯିବାରୁ ଇବ୍ରାହିମ ତାଙ୍କ ହାତକୁ ଧରି ନେଇଥିଲେ । ଉଭୟଙ୍କ ମଧ୍ୟରେ ଟଣାଭିଡା ହେବା ପରେ ତାଙ୍କ ହାତରୁ ବନ୍ଧୁକ ଖସି ଯାଇଥିଲା ଓ ସେ ଧରାପଡିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri