ଭିଡିଓ ମେସେଜ ରେକର୍ଡ କଲେ ଇମ୍ରାନ, ହତ୍ୟା ପରେ ଭାଇରାଲ କରିବାକୁ ନିର୍ଦ୍ଦେଶ

ଇସଲାମାବାଦ,୧୬ ।୫: ଗାଦିଚ୍ୟୁତ ହେବା ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ତାଙ୍କ ଜୀବନ ବିପଦରେ ଥିବା ଦେଖାଯାଉଛି । ଇମ୍ରାନ ଫୈସଲାବାଦ ଜଲସାରେ ଏକ ସଭାକୁ ସମ୍ବୋଧନ ଦେବା ବେଳେ କହିଥିଲେ କେତେଜଣ ଲୋକ ତାଙ୍କୁ ହତ୍ୟା କରିବାକୁ ପ୍ରସ୍ତୁତ ହେଉଛନ୍ତି । ଯଦି ତାଙ୍କର କିଛି ହୁଏ ତେବେ ପାକିସ୍ତାନ ରାଷ୍ଟ୍ର ତାଙ୍କ ପକ୍ଷରୁ ନ୍ୟାୟ ମାଗିବ । ଏହା ପୂର୍ବରୁ ସିଆଲକୋର୍ଟ ରାଲିରେ ଇମ୍ରାନ କହିଥିଲେ ତାଙ୍କୁ ହତ୍ୟା କରିବାର ଯୋଜନା ପ୍ରସ୍ତୁତ କରାଯାଉଛି । ପ୍ରସ୍ତୁତକର୍ତ୍ତାଙ୍କ ଯୋଜନାକୁ ଦେଖି ମୁଁ ଏକ ଭିଡିଓ ରେକର୍ଡ କରିଛି । ଯେଉଁଥିରେ ଯୋଜନାକରୀଙ୍କ ନାମ ସାମିଲ ଅଛି । ଯଦି ମୋର କିଛି ହୁଏ ତେବେ ଏହି ଭିଡିଓକୁ ସାର୍ବଜନିକ ବା ଭାଇରାଲ କରାଯିବ । ଫୈସଲାବାଦରେ ନିଜ ରାଲିକୁ ସମ୍ବୋଧନ କରିବା ସମୟରେ ଇମ୍ରାନ ଖାଁ ବିଲାବଲ ଓ ତାଙ୍କ ପିତା ଆସିଫ ଅଲି ଜରଦାରୀଙ୍କ ଉପରେ ଭ୍ରଷ୍ଟାଚାରୀ ଓ ନିଜ ସମ୍ପତ୍ତିକୁ ସାରା ବିଶ୍ୱରେ ସଂଗୃହିତ କରିବା ଅଭିଯୋଗ ଆଣିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri