ଦଣ୍ଡାଦେଶ ସ୍ଥଗିତ ହେବା ପରେ ବି ଜେଲରେ ରହିବେ ଇମ୍ରାନ୍‌

ଇସଲାମାବାଦ,୩୦।୮: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ଗୋଟିଏ ସମସ୍ୟା ଶେଷ ହେବାକୁ ଯାଉଥିବା ବେଳେ ଅନ୍ୟ ଏକ ମାମଲା ସାମ୍ନାକୁ ଆସୁଛି। ମଙ୍ଗଳବାର ଇମ୍ରାନ୍‌ ଖାନଙ୍କୁ ଏକ ବଡ଼ ଆଶସ୍ତି ମିଳିଥିଲା। ଇସଲାମାବାଦ ହାଇକୋର୍ଟ ତୋଶାଖାନା ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ତିନି ବର୍ଷ ଜେଲ ଦଣ୍ଡାଦେଶକୁ ସ୍ଥଗିତ ରଖି ଜେଲରୁ ମୁକୁଳିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଇମ୍ରାନ୍‌ ଅନ୍ୟ ଏକ ମାମଲାରେ ଜେଲରେ ରହିବେ।

ଇମ୍ରାନ୍‌ ଖାନଙ୍କ ମୁକ୍ତିକୁ ନେଇ ପାକିସ୍ତାନ ସହିତ ପୂରା ଦୁନିଆର ନଜର ଥିଲା, କିନ୍ତୁ ବହୁ ପ୍ରତୀକ୍ଷିତ ଏହି ନିଷ୍ପତ୍ତି ପରେ କେତେକ ଏହା ଅନୁମାନ କରୁଛନ୍ତି କି ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ଏହା ମୁକ୍ତି ନା ତାଙ୍କୁ ଅନ୍ୟ ଏକ ମାମଲାରେ ଫସେଇବାର ଏକ ଅସ୍ଥାୟୀ ବ୍ୟବସ୍ଥା ଅଟେ।

ପୂର୍ବତନ ପ୍ରଧାନମନ୍ତ୍ରୀ ଏବେ ଅଟକ ଜେଲରେ ରହିବେ କାରଣ ସରକାରୀ ଗୋପନୀୟତା ଅଧିନିୟମ ଅନୁଯାୟୀ ତାଙ୍କ ମାମଲାର ଶୁଣାଣି କରୁଥିବା ଏକ ସ୍ବତନ୍ତ୍ର ଅଦାଲତ ଇମ୍ରାନ୍‌ଙ୍କୁ ଅଟକ ଜେଲର ନ୍ୟାୟିକ ଲକ୍‌ଅପ୍‌ରେ ରଖିବାକୁ ଏବଂ ବୁଧବାର କୋର୍ଟରେ ହାଜର କରିବାକୁ ଜେଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri