ଜେଲରେ ଦେଶୀ ଚିକେନ୍‌, ମଟନ୍‌ ଖାଉଛନ୍ତି ଇମ୍ରାନ୍‌

ଇସଲାମାବାଦ୍‌,୨୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଜେଲରେ ଘିଅରେ ରନ୍ଧା ହୋଇଥିବା ଦେଶୀ ଚିକେନ୍‌ ଏବଂ ମଟନ୍‌ ଦିଆଯାଉଛି। ଏହା ସହିତ ବର୍ତ୍ତମାନ ଇମ୍ରାନ୍‌ଙ୍କୁ ଭିଆଇପି ସୁବିଧା ଯୋଗାଇ ଦିଆଯାଉଛି। ମଙ୍ଗଳବାରଏକ ରିପୋର୍ଟରେ ଏହା ନିଶ୍ଚିତ ହୋଇଛି। ସୂଚନାଯୋଗ୍ୟ, ତୋଶାଖାନା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ପାକିସ୍ତାନର ତେହେରିକ-ଇ-ଇନସାଫଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ହୋଇଛି, ତେଣୁ ସେ ଅଟକ ଜେଲରେ ଅଛନ୍ତି।

ରିପୋର୍ଟ ଅନୁଯାୟୀ, ଅଗଷ୍ଟ ୨୫ ରେ ଇମ୍ରାନ୍‌ ଖାନଙ୍କ ତୃତୀୟ ସ୍ତ୍ରୀ ବୁଶ୍‌ରା ବିବି ପାକିସ୍ତାନ ସୁପ୍ରିମକୋର୍ଟଙ୍କୁ ଇମ୍ରାନ୍‌ ଖାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ଉପରେ ଧ୍ୟାନ ଦେବାକୁ ଅନୁରୋଧ କରିଥିଲେ। ଏହା ପରେ ସୁପ୍ରିମକୋର୍ଟ ଏହି ସୁବିଧାକୁ ବୃଦ୍ଧି କରିବାକୁ ଜେଲ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏଭଳି ପରିସ୍ଥିତିରେ ଜେଲ ପ୍ରଶାସନ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କୁ ସୂଚନା ଦେଇଛନ୍ତି ଯେ, ଇମ୍ରାନ୍‌ ଖାନଙ୍କୁ ଅଟକ ଜେଲରେ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଏହି ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ, ତାଙ୍କ ଇଚ୍ଛା ଅନୁଯାୟୀ ତାଙ୍କୁ ସପ୍ତାହରେ ଦୁଇଥର ଦେଶୀ ଚିକେନ୍‌ ଏବଂ ଘିଅରେ ରନ୍ଧା ହୋଇଥିବା ମଟନ୍‌ ଦିଆଯାଉଛି। ଜେଲରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ଜେଲ ପ୍ରଶାସନ ବିଶେଷ ଯତ୍ନ ନେଉଛି। ପୂର୍ବରୁ ପ୍ରକାଶ ପାଇଥିବା ସୂଚନା ଅନୁଯାୟୀ, ଇମ୍ରାନ୍‌ ଖାନଙ୍କୁ ଜେଲରେ ଏକ ନୂତନ ଶଯ୍ୟା, ତକିଆ, ଗଦା, ଚେୟାର ଏବଂ ଏୟାର କୁଲର ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri