ପାକିସ୍ତାନରେ ପେଟ୍ରୋଲ-ଡିଜେଲ ୩୦ ଟଙ୍କା ବୃଦ୍ଧି, ଶହବାଜ ସରକାରଙ୍କୁ ଟାର୍ଗେଟ କରି ପୁଣିଥରେ ଭାରତକୁ ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୨୭ ।୫: ପାକିସ୍ତାନରେ ରାଜନୈତିକ ଓ ଆର୍ଥିକ ସଙ୍କଟ ମଧ୍ୟରେ ପେଟ୍ରୋଲ-ଡିଜେଲରେ ୩୦ ଟଙ୍କା ବୃଦ୍ଧି ହୋଇଛି । ପାକିସ୍ତାନରେ ଏବେ ଲୋକେ ପେଟ୍ରୋଲ ୧୭୯.୮୬ ଟଙ୍କା ଓ ଡିଜେଲ ୧୭୪.୧୫ ଟଙ୍କାରେ କିଣିବେ । ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଶହବାଜ ଶରିଫ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ ଶହବାଜ ଶରିଫ ସରକାରଙ୍କୁ ଅସମ୍ବେଦନଶୀଳ ବୋଲି କହିଛନ୍ତି । ସରକାରଙ୍କ ସମାଲୋଚନା କରି ଇମ୍ରାନ କହିଛନ୍ତି ଏବେକାର ସରକାର ‘ଅସମ୍ବେଦନଶୀଳ ସରକାର’ । ପାକିସ୍ତାନର ତହରିକ-ଏ-ଇନସାଫ(ପିଟିଆଇ) ଦଳ ଦ୍ୱାରା ରୁଷିଆ ସହ ୩୦ ପ୍ରତିଶତ ଶସ୍ତା ତୈଳ ପାଇଁ ହୋଇଥିବା ବୁଝାମଣାକୁ ସରକାର ଆଗକୁ ବଢାଇଲେ ନାହିଁ । ଫଳରେ ଏବେ ଦେଶରେ ପେଟ୍ରୋଲ ଡିଜେଲ ଦାମ ଆକାଶଛୁଆଁ ହୋଇଛି ।
ଏହାସହ ଇମ୍ରାନ ଭାରତକୁ ପୁଣିଥରେ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଭାରତ ରୁଷିଆଠାରୁ ଶସ୍ତା ତେଲ କ୍ରୟ କରି ଲିଟର ପିଛା ୨୫ ଟଙ୍କା ହ୍ରାସ କରିବାରେ ଭାରତ ସଫଳ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?