ଯୁଦ୍ଧ ଘୋଷଣା ପୂର୍ବରୁ ଇମ୍ରାନ ଖାନ୍‌ଙ୍କ ବଡ଼ ବୟାନ, ଥରିଥରି ମୋଦିଙ୍କୁ କହିଲେ…

ଲାହୋର, ୩୦।୪: ପାକିସ୍ତାନ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ “ଅତ୍ୟନ୍ତ ଦୁଃଖଦ ଓ ଯନ୍ତ୍ରଣାଦାୟକ” ବୋଲି ବର୍ଣ୍ଣନା କରିଛନ୍ତି। ଏହି ଆକ୍ରମଣରେ ୨୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଖାନ ଭାରତକୁ ଦାୟୀତ୍ୱପୂର୍ଣ୍ଣ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି।

ମଙ୍ଗଳବାର ନିଜର ଏକ୍ସ (X) ଆକାଉଣ୍ଟରେ ଏକ ପୋଷ୍ଟ ଜରିଆରେ ଇମ୍ରାନ ଖାନ କହିଛନ୍ତି, “ପହଲଗାମ ଘଟଣାରେ ମାନବ ଜୀବନର ହାନି ଅତ୍ୟନ୍ତ ଦୁଃଖଦ ଓ ଯନ୍ତ୍ରଣାଦାୟକ। ମୁଁ ପୀଡ଼ିତ ଓ ସେମାନଙ୍କ ପରିବାରଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।” ସେ ଆହୁରି କହିଛନ୍ତି ଯେ ୨୦୧୯ ମସିହାରେ ପୁଲୱାମା ଘଟଣା ସମୟରେ ମଧ୍ୟ ଭାରତ ପାକିସ୍ତାନ ଉପରେ ଅଭିଯୋଗ ଲଗାଇଥିଲା, କିନ୍ତୁ କୌଣସି ର୍ନିଦ୍ଦିଷ୍ଟ ପ୍ରମାଣ ଦେଇ ପାରି ନଥିଲା। ସେ ଅଭିଯୋଗ କରିଛନ୍ତି ଯେ ପାହାଲଗାମ ଘଟଣା ପରେ ମଧ୍ୟ ଭାରତ ସେହିଭଳି ଅଭିଯୋଗ କରୁଛି।

ଇମ୍ରାନ ଖାନ ଭାରତର ନରେନ୍ଦ୍ର ମୋଦୀ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ପାକିସ୍ତାନର ବର୍ତ୍ତମାନର ସରକାରଙ୍କଠାରୁ କୌଣସି ଦୃଢ଼ ପଦକ୍ଷେପର ଆଶା କରାଯାଇ ପାରିବ ନାହିଁ। ସେ ପାକିସ୍ତାନର ଶାସକ ପିଏମଏଲ-ଏନ ଦଳର ନେତା ନୱାଜ ଶରିଫ ଓ ଆସିଫ ଜର୍ଦାରୀଙ୍କୁ “ସ୍ବାର୍ଥପର” ନେତା ବୋଲି ଅଭିଯୋଗ କରିଛନ୍ତି। ଖାନ କହିଛନ୍ତି, “ଏହି ନେତାମାନେ ବୈଦେଶିକ ନିବେଶରୁ ଲାଭ ଉଠାଉଛନ୍ତି ଏବଂ ସେମାନଙ୍କର ଆର୍ଥିକ ସ୍ବାର୍ଥ ରକ୍ଷା କରିବା ପାଇଁ ଭାରତର ଅଭିଯୋଗ ବିରୋଧରେ ମୌନ ରହୁଛନ୍ତି।”

୧.୫ ବିଲିୟନ ଜନସଂଖ୍ୟା ବିଶିଷ୍ଟ ଭାରତ ଏକ ଦାୟୀତ୍ୱପୂର୍ଣ୍ଣ ଦେଶ ଭାବେ କାର୍ଯ୍ୟ କରିବା ଉଚିତ ବୋଲି ଖାନ ମତ ଦେଇଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଦକ୍ଷିଣ ଏସିଆ ଏକ “ନ୍ୟୁକ୍ଲିୟର ଫ୍ଲାସପଏଣ୍ଟ” ଅଞ୍ଚଳ ହୋଇଥିବାରୁ ଭାରତର ଆକ୍ରମଣାତ୍ମକ ନୀତି ଅଞ୍ଚଳର ଶାନ୍ତି ପାଇଁ ହାନିକାରକ ହୋଇପାରେ। ପାକିସ୍ତାନ ଶାନ୍ତି ଚାହୁଁଥିବା କହି ଖାନ ସ୍ପଷ୍ଟ କରିଛନ୍ତି ଯେ ଏହାକୁ ଦୁର୍ବଳତା ଭାବେ ଭାବିବା ଅନୁଚିତ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri