ଛିଡିଛି ଦାସତ୍ୱର ଶୃଙ୍ଖଳ ତାଲିବାନକୁ ମିଳିଛି ପାକିସ୍ତାନ, ଚାଇନା, ଇରାନର ସମର୍ଥନ: ଇମ୍ରାନ

ଇସଲାମାବାଦ,୧୬ ।୮: ଆଫଗାନିସ୍ତାନରେ ନିର୍ବାଚିତ ସରକାରଙ୍କୁ ଅଡୁଆରେ ପକାଇ କ୍ଷମତାର ଶକ୍ତି ହାସଲ କରିବାକୁ ଯାଉଥିବା ତାଲିବାନକୁ ପାକିସ୍ତାନ, ଚାଇନା ଓ ଇରାନର ସମର୍ଥନ ମିଳିଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି । ତାଲିବାନ କ୍ଷମତାକୁ ଆସିବାକୁ ସ୍ୱାଗତ କରି ସେ କହିଛନ୍ତି ଦାସତ୍ୱର ଶୃଙ୍ଖଳ ଛିଡିଛି । ତାଲିବାନକୁ ଚାଇନା, ଇରାନ ଓ ପାକିସ୍ତାନର ସମର୍ଥନ ପୁଣିଥରେ ଆଫଗାନିସ୍ତାନକୁ ଅନ୍ଧାରର ଗର୍ତ୍ତକୁ ନେଇଯାଇଛି । ଏହା ମହାଶକ୍ତି ଦେଶପାଇଁ ମଧ୍ୟ ବିପଦର ସଙ୍କେତ । ତାଲିବାନ ଶାସନ ସ୍ଥାୟୀ ରହିବ ବୋଲି ଚାଇନା ଆଶା ରଖିଥିବା ବେଳେ ଇରାନ କହିଛି ଆମେରିକାର ପରାଜୟ ଚିରସ୍ଥାୟୀ ଶାନ୍ତି ପାଇଁ ଆଶା ଦେଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି, ଯେତେବେଳେ ତୁମେ ଅନ୍ୟର ସଂସ୍କୃତି ଗ୍ରହଣ କର ସେତେବେଳେ ତୁମେ ମାନସିକ ସ୍ତରରେ ଦାସ ହେବ । ପ୍ରକୃତ ଦାସତ୍ୱ ଅପେକ୍ଷା ଏହା ଖରାପ । ସାଂସ୍କୃତିକ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ଏତେ ସହଜ ନୁହେଁ । ଆଜିକାଲି ଆଫଗାନିସ୍ତାନରେ ଯାହା ଘଟୁଛି ତାହା ଦାସତ୍ୱର ଶୃଙ୍ଖଳା ଛିଡିବା ପରି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri