ଶେହବାଜ ସରକାରଙ୍କ ସମସ୍ୟା ପୁଣି ବଢ଼ାଇବେ ଇମ୍ରାନ…

ଇସଲାମାବାଦ,୩୧।୧୨ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଶେହବାଜ ଶରିଫ ସରକାରଙ୍କ ବିରୋଧରେ ପୁଣିଥରେ ରାସ୍ତାକୁ ଓହ୍ଲାଇବାକୁ ଘୋଷଣା କରିଛନ୍ତି। ଫଳରେ ଶେହବାଜ ସରକାରଙ୍କ ସମସ୍ୟା ପୁଣି ବଢ଼ିବାର ଆଶଙ୍କା ସୃଷ୍ଟି ହୋଇଛି। ବର୍ତ୍ତମାନ ଇମ୍ରାନଙ୍କ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଦ୍ରାସ୍ଫୀତି ବିରୋଧରେ ଅଭିଯାନ ଆରମ୍ଭ କରିଛି।

ଇମ୍ରାନ ଏହି ଅଭିଯାନ ଏପରି ସମୟରେ ଆରମ୍ଭ କରିଛନ୍ତି ଯେଉଁ ଯେତେବେଳେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଶରିଫଙ୍କ ନେତୃତ୍ୱାଧୀନ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ସରକାରଙ୍କ ଉପରେ ଚାପ ବୃଦ୍ଧି କରିଛି।

ପାକିସ୍ତାନର ଅର୍ଥମନ୍ତ୍ରୀ ଇଶାକ ଡାର ଏହି ସପ୍ତାହରେ କହିଛନ୍ତି ଯେ ଆଇଏମଏଫର ସର୍ତ୍ତ ଗ୍ରହଣ କରିବା ବ୍ୟତୀତ ପାକିସ୍ତାନ ପାଖରେ କୌଣସି ବିକଳ୍ପ ନାହିଁ। ଏହି ସର୍ତ୍ତଗୁଡିକ ଅନୁସରଣ କଲେ ଦେଶରେ ମୁଦ୍ରାସ୍ଫୀତି ପୁଣି ବୃଦ୍ଧି ପାଇବ।

ଆଇଏମଏଫର ଏକ ମୁଖ୍ୟ ସର୍ତ୍ତ ହେଉଛି ସରକାର ଏହାର ଆର୍ଥିକ ନିଅଣ୍ଟ ହ୍ରାସ କରିବା ଉଚିତ। ସେଥିପାଇଁ ପେଟ୍ରୋଲିୟମ ସମେତ ଅନେକ ଜରୁରୀ ଜିନିଷ ଉପରେ ଦିଆଯାଉଥିବା ସବସିଡି ସରକାରଙ୍କୁ ହ୍ରାସ କରିବାକୁ ପଡିବ। ରାଜନୈତିକ ବିଶ୍ଳେଷକଙ୍କ ଅନୁଯାୟୀ, ଏହି ସମ୍ଭାବନାକୁ ଦେଖି ଇମ୍ରାନ ମୁଦ୍ରାସ୍ଫୀତିକୁ ଜାତୀୟ ଆଲୋଚନାର କେନ୍ଦ୍ରକୁ ଫେରାଇ ଆଣିବା ପାଇଁ ରଣନୀତି ଆପଣେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri