ମରିୟମଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଲେ ଇମ୍ରାନ

ଇସଲାମାବାଦ,୨୨ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜଙ୍କୁ ଇମ୍ରାନ ଖାନ୍‌ ଆପତ୍ତିଜନକ ଟିପ୍ପଣୀ ଦେଇ ଫସିଯାଇଛନ୍ତି। ମୁଲତାନରେ ଏକ ସମାବେଶକୁ ସମ୍ବୋଧିତ କରିବାବେଳେ ଇମ୍ରାନ ସମ୍ମାନର ସମସ୍ତ ସୀମା ଅତିକ୍ରମ କରିଥିଲେ। ମରିୟମଙ୍କ ଏକ ରାଲି ବିଷୟରେ ଉଲ୍ଲେଖ କରି ଇମ୍ରାନ କହିଛନ୍ତି, ରାଲିରେ ମରିୟମ ଯେପରି ମୋ’ ନାଁ ଆତ୍ମା ଏବଂ ଉତ୍ସାହର ସହ ନେଇଛନ୍ତି, ସେଥିପାଇଁ ମୁଁ ତାଙ୍କୁ କହିବାକୁ ଚାହେଁ ଯେ, ମରିୟମ ଟିକେ ସତର୍କ ରୁହନ୍ତୁ, ଆପଣ ଯେପରି ମୋ ନାଁ ନେଉଛନ୍ତି, ତାହା ଉପରେ ତୁମ ‘ସ୍ବାମୀ ବିବ୍ରତ ହୋଇପାରନ୍ତି’।

ଏହି ବିବୃତ୍ତି ପାଇଁ ଇମ୍ରାନ ପାକିସ୍ତାନରେ ଅନେକ ସମାଲୋଚନାର ଶିକାର ହେଉଛନ୍ତି। ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ଟୁଇଟରରେ କହିଛନ୍ତି, ଦେଶର ଝିଅ ମରିୟମ, ବିଶେଷକରି ମହିଳାଙ୍କ ବିରୋଧରେ ଅପମାନଜନକ ଭାଷାର ବ୍ୟବହାରକୁ ସମଗ୍ର ଦେଶ ନିନ୍ଦା କରିବା ଉଚିତ। ଏଥିସହିତ ସେ ଇମ୍ରାନଙ୍କ ମନ୍ତବ୍ୟକୁ କଡ଼ା ନିନ୍ଦା କରିଛନ୍ତି। ପାକିସ୍ତାନର ମାନବାଧିକାର କମିଶନ ଇମ୍ରାନଙ୍କୁ ତାଗିଦ କରି କହିଛନ୍ତି, ସେ କେବଳ ମରିୟମଙ୍କୁ ନୁହେଁ ସମାଜର ପ୍ରତ୍ୟେକ ମହିଳାଙ୍କୁ କ୍ଷମା ମାଗନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଜରୁରୀକାଳୀନ ପରିସ୍ଥିତି, ସ୍ମାର୍ଟ ଲକଡାଉନ୍‌… ଇରାନ ଯୁଦ୍ଧ ଯୋଗୁ ଘୋର ସଙ୍କଟରେ ଏହି ସବୁ ଦେଶ

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଆଉ ଏହି ତିନୋଟି ଦେଶ ମଧ୍ୟରେ ସୀମିତ ନାହିଁ। ତେଲ ଏବଂ ଗ୍ୟାସ ଯୋଗାଣରେ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri