ଶେଷ ହେବ ଇମ୍ରାନଙ୍କ ଗେମ୍‌!

ଇସଲାମାବାଦ,୨ା୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପାଇଁ ଦିନକୁ ଦିନ ଅଡୁଆ ବଢୁଛି। ତାଙ୍କ ବିପକ୍ଷରେ ଅନେକ ବିରୋଧୀ ବାହାରୁଛନ୍ତି। ବର୍ତ୍ତମାନ ସଂସଦରେ ଇମ୍ରାନଙ୍କ ନମ୍ବର ଗେମ୍‌ ଶେଷ ହେବାର ଆଶଙ୍କା ରହିଛି। ରବିବାର ପ୍ରମୁଖ ସହଯୋଗୀମାନେ ତାଙ୍କ ହାତ ଛାଡ଼ି ଦେବେ ବୋଲି ଆଶଙ୍କା କରାଯାଉଛି। ବହୁ ସଂଖ୍ୟକ ବିଦ୍ରୋହୀ ତାଙ୍କ ବିରୋଧରେ ଭୋଟ୍‌ ଦେବାକୁ ଚେତାବନୀ ଦେଇଛନ୍ତି। ଟ୍ରଷ୍ଟ ଭୋଟ୍‌ର ଗୋଟିଏ ଦିନ ପୂର୍ବରୁ ଏକ ଜନସମାବେଶରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଥିଲେ, ଆମ ସଂସଦ କମିଟି ମଧ୍ୟ ଏହି ଅଫିସିଆଲ ଡକ୍ୟୁମେଣ୍ଟ ଦେଖିଛି, ଯେଉଁଥିରେ କୁହାଯାଇଛି, ଯଦି ଆପଣ ଇମ୍ରାନ ଖାନଙ୍କୁ ହଟାନ୍ତି, ତେବେ ଆମେରିକା ସହ ଆପଣଙ୍କର ଭଲ ସମ୍ପର୍କ ରହିବ। ଯଦି ବିରୋଧୀ ଦଳର ନେତା ତଥା ପିଏମଏଲ (ଏନ) ନେତା ଶାହବାଜ ସରିଫ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରନ୍ତି, ତେବେ ସେ ଆମେରିକାର ଦାସ ହେବେ। ମୁଁ ଆଜି ଏବଂ ଆସନ୍ତାକାଲି ମଧ୍ୟ ପାକିସ୍ତାନର ଯୁବକମାନଙ୍କୁ ଆନ୍ଦୋଳନ କରିବାକୁ ଅନୁରୋଧ କରୁଛି। ବର୍ତ୍ତମାନର ପାକିସ୍ତାନର ‘ମୀର ସାଦ୍ଦିକ ଏବଂ ମୀର ଜାଫର’ ବିରୋଧରେ ବାହ୍ୟ ଶକ୍ତିର ଷଡ଼ଯନ୍ତ୍ର ବିରୋଧରେ ସ୍ବର ଉତ୍ତୋଳନ କରନ୍ତୁ।

କ୍ରିକେଟରରୁ ରାଜନେତା ହୋଇଥିବା ଇମ୍ରାନ ଖାନ୍‌ ୬୯ ବର୍ଷ ବୟସରେ ଏକ ଅନାସ୍ଥା ପ୍ରସ୍ତାବର ସମ୍ମୁଖୀନ ହେବାକୁ ଯାଉଛନ୍ତି। ରବିବାର ଜାତୀୟ ସଭାରେ ଅନାସ୍ଥା ଭୋଟ୍‌ ଅନୁଷ୍ଠିତ ହେବ। ବିରୋଧୀଙ୍କ ଉଦ୍ୟମକୁ ରୋକିବା ପାଇଁ ଇମ୍ରାନ ୩୪୨ର ନିମ୍ନ ସଦନରେ ୧୭୨ଭୋଟ୍‌ ଆବଶ୍ୟକ କରନ୍ତି। ତେବେ ବିରୋଧୀଦଳ କହିଛନ୍ତି ଯେ, ସେ ୧୭୫ ଏମ୍‌ପିଙ୍କ ସମର୍ଥନ ପାଇଛନ୍ତି ଏବଂ ପ୍ରଧାନମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri