ଇମ୍ରାନଙ୍କ ନାମାଙ୍କନ ରଦ୍ଦ

ଇସଲାମାବାଦ,୩୦ା୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ପାକିସ୍ତାନ ନିର୍ବାଚନ ଆୟୋଗ ଏକ ବଡ଼ ଝଟ୍‌କା ଦେଇଛନ୍ତି। ପାକିସ୍ତାନର ନିର୍ବାଚନ ଆୟୋଗ ଶନିବାର କହିଛନ୍ତି ଯେ, ୨୦୨୪ରେ ଦେଶରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ନାମାଙ୍କନ ପ୍ରତ୍ୟାଖ୍ୟାନ କରାଯାଇଛି।ଫେବୃୟାରୀ ୮ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ।

ସୂଚନାନୁଯାୟୀ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଦୁଇଟି ନିର୍ବାଚନମଣ୍ଡଳୀରୁ ନାମାଙ୍କନପତ୍ର ଦାଖଲ କରିଥିଲେ। ଇମ୍ରାନଙ୍କ ଦଳର ଅଧିକାରୀ କହିଛନ୍ତି, ପାକିସ୍ତାନର ନିର୍ବାଚନ ଆୟୋଗ ଉଭୟ ନିର୍ବାଚନମଣ୍ଡଳୀରୁ ଦାଖଲ ହୋଇଥିବା ନାମାଙ୍କନପତ୍ରକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି।

ଏପ୍ରିଲ ୨୦୨୨ରେ ୭୧ ବର୍ଷୀୟ କ୍ରିକେଟରରୁ ରାଜନେତା ପାଲଟିଥିବା ଇମ୍ରାନଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ହଟାଇ ଦିଆଯାଇଥିଲା। ସେବେଠାରୁ ସେ ରାଜନୈତିକ ଏବଂ ଆଇନଗତ ଯୁଦ୍ଧରେ ଜଡ଼ିତ ଥିଲେ। ସେ ବାରମ୍ବାର ଅଭିଯୋଗ କରୁଛନ୍ତି ଯେ, ବର୍ତ୍ତମାନର ପାକିସ୍ତାନ ସରକାର ତାଙ୍କୁ ହଇରାଣ କରୁଛନ୍ତି।

୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ପଦବୀରେ ଥିବାବେଳେ ଇମ୍ରାନ ବେଆଇନ ଭାବେ ସରକାରୀ ଉପହାର ବିକ୍ରି କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ତାଙ୍କୁ ଅଗଷ୍ଟରେ ୩ ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri