ଇମ୍ରାନଙ୍କ ଅଡୁଆ ବଢ଼ିଲା, ବିଦେଶୀ ଷଡ଼ଯନ୍ତ୍ର ମାମଲାର ବିଚାର ପାଇଁ କ୍ୟାବିନେଟ ମଞ୍ଜୁରୀ…

ଇସଲାମାବାଦ,୨।୧୦ : ରବିବାର ପାକିସ୍ତାନର କ୍ୟାବିନେଟ ଅଡିଓ ଲିକ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଅନୁମୋଦନ କରିଛନ୍ତି। ଲିକ ହୋଇଥିବା ଅଡିଓରେ ସେ ଆମେରିକାର ବିବାଦୀୟ ସାଇବର ଅପରାଧ ବିଷୟରେ ଆଲୋଚନା କରୁଥିବା ଶୁଣିବାକୁ ମିଳୁଛି।

ଅଡିଓ ଲିକ ମାମଲାକୁ ଗ୍ରହଣ କରି କ୍ୟାବିନେଟ ୩୦ ସେପ୍ଟେମ୍ବରରେ ଏକ କମିଟି ଗଠନ କରିଥିଲା। ଏହା ପରେ ଅଡିଓ ଲିକ ଉପରେ ଇମ୍ରାନ ଏବଂ ଅନ୍ୟମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ କମିଟି ସୁପାରିଶ କରିଥିଲା। କ୍ୟାବିନେଟ କମିଟି କହିଛି ଯେ ଏହା ଜାତୀୟ ନିରାପତ୍ତାର ବିଷୟ।

ଜାତୀୟ ସ୍ବାର୍ଥ ଉପରେ ଏହାର ଗୁରୁତର ପ୍ରଭାବ ରହିଛି। ଏ ଦିଗରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆବଶ୍ୟକ। ଏହା ସହିତ ଫେଡେରାଲ ଇନଭେଷ୍ଟିଗେଶନ ଏଜେନ୍ସିକୁ ମଧ୍ୟ ଆମେରିକାର ସାଇବର ଏବଂ ଅଡିଓର ତଦନ୍ତ ଦାୟିତ୍ୱ ଦେବାକୁ କୁହାଯାଇଛି।

ଲିକ ହୋଇଥିବା ଦୁଇଟି ଅଡିଓରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ପୂର୍ବତନ ମନ୍ତ୍ରୀ ଅସଦ ଉମର ଏବଂ ତତ୍କାଳୀନ ମୁଖ୍ୟ ସଚିବ ଆଜମ ଖାନ ଏକ ସଭାରେ ଆମେରିକାର ସାଇବର ବିଷୟରେ ଆଲୋଚନା କରିବା ଏବଂ ଏହାକୁ ନିଜ ସ୍ବାର୍ଥରେ ବ୍ୟବହାର କରୁଥିବା କହିଥିଲେ। ପ୍ରଥମ ଲିକ ହୋଇଥିବା ଅଡିଓରେ ଖାନ ଆଜମଙ୍କ ସହ କଥାବାର୍ତ୍ତା କରୁଥିବାବେଳେ ଦ୍ୱିତୀୟରେ ଉମର, ଶାହ ମେହମୁଦ କୁରେଶି ଏବଂ ଆଜମଙ୍କ ସମେତ ପାକିସ୍ତାନ ତେହେରିକ-ଇ-ଇନସାଫ ଦଳର ତିନିଜଣ ନେତା ଆମେରିକାର ସାଇବର ବିଷୟରେ ଦଳର ସଭାପତି ଖାନଙ୍କ ସହ କଥା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?