ଇମ୍ରାନ୍‌ଙ୍କ ଆପତ୍ତିଜନକ ଅଡିଓ ଭାଇରାଲ୍‌

ଇସ୍‌ଲାମାବାଦ୍‌, ୨୨।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ‘ସେକ୍ସ କଲ୍‌’ ରେକର୍ଡ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି। ଇମ୍ରାନ୍‌ ଦୁଇଜଣ ମହିଳାଙ୍କ ସହ ଫୋନ୍‌ରେ ଆପତ୍ତିଜନକ ବାର୍ତ୍ତାଳାପ କରୁଥିବାର ଭାଇରାଲ ହୋଇଥିବା ଅଡିଓରେ ଶୁଣିବାକୁ ମିଳିଛି। ତେବେ ଏହି ଅଡିଓ ମିଛ ବୋଲି ଇମ୍ରାନ୍‌ଙ୍କ ଦଳ ପାକିସ୍ତାନ ତେହରିକ-ଇ-ଇନ୍‌ସାଫ୍‌ କହିଛି। ଏହି ଅଡିଓ କ୍ଲିପ୍‌କୁ ପାକିସ୍ତାନ ଖବରଦାତା ସୟେଦ ଅଲି ହେଦର ନିଜ ୟୁଟ୍ୟୁବ୍‌ ଚ୍ୟାନେଲରେ ପ୍ରଥମେ ଅପ୍‌ଲୋଡ୍‌ କରିଥିବାବେଳେ ବର୍ତ୍ତମାନ ଏହା ସ୍ଥାନୀୟ ଗଣମାଧ୍ୟମ ଚ୍ୟାନେଲଗୁଡ଼ିକରେ ଉପଲବ୍ଧ ଅଛି।

ଭାଇରାଲ ହୋଇଥିବା ଦୁଇଟିଯାକ ଅଡିଓ ଭିତରୁ ଗୋଟିଏ ୨୦୦୮-୦୯ର ହୋଇଥିବା କୁହାଯାଉଛି। ତେବେ ଏହାର ଫରେନ୍ସିକ୍‌ ଯାଞ୍ଚ କରାଯାଉ ବୋଲି ସୟେଦ କହିଛନ୍ତି। ଇମ୍ରାନ୍‌ଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ପଦରୁ ହଟାଯିବା ପରେ ଏକାଧିକ ସଙ୍ଗିନ ଅଭିଯୋଗ ତାଙ୍କ ବିରୋଧରେ ଆସିବାରେ ଲାଗିଛି। ଅଡିଓ କ୍ଲିପ୍‌ ଭାଇରାଲ ନେଇ ଇମ୍ରାନ୍‌ଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ। ଗତ ନଭେମ୍ବରରେ ଇମ୍ରାନ୍‌ ଖାନ୍‌ ଦେଶବ୍ୟାପୀ ସରକାର ବିରୋଧୀ ଆନ୍ଦୋଳନ ଚଳାଇଥିବାବେଳେ ତାଙ୍କ ଉପରକୁ ଗୁଳିମାଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri