ଇମ୍ରାନ୍‌ଙ୍କ ସମସ୍ୟା ବଢ଼ିଲା: କ୍ଷମତାଚ୍ୟୁତ ପାଇଁ ବିରୋଧୀ ଏକଜୁଟ

ଇସଲାମାବାଦ୍‌, ୧୯।୧୦: ପାକିସ୍ତାନରେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ଲାଗି ସମସ୍ୟା ବଢ଼ିବାରେ ଲାଗିଛି। ଇମ୍ରାନ୍‌ଙ୍କୁ କ୍ଷମତାଚ୍ୟୁତ କରିବା ପାଇଁ ବିରୋଧୀ ଦଳଗୁଡ଼ିକ ଏକଜୁଟ ହେବାରେ ଲାଗିଛନ୍ତି। ଦେଶରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଛି। ବିରୋଧୀଙ୍କ ପ୍ରଦର୍ଶନରେ ବ୍ୟତିବ୍ୟସ୍ତ ହୋଇ ଇମ୍ରାନ୍‌ଙ୍କ ନିର୍ଦ୍ଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ଜ୍ୱାଇଁ ସଫଦର ଅଓ୍ବାନଙ୍କୁ ଗିରଫ କରାଯାଇଛି। ଏକ ହୋଟେଲରୁ ତାଙ୍କୁ ପୋଲିସ ଗିରଫ କରିଛନ୍ତି। ଏସମ୍ପର୍କରେ ନଓ୍ବାଜଙ୍କ ଝିଅ ତଥା ପାକିସ୍ତାନ ମୁସଲିମ୍‌ ଲିଗ୍‌ର ଉପାଧ୍ୟକ୍ଷା ମରୀୟମ୍‌ ନଓ୍ବାଜ ଶରିଫ୍‌ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେମାନେ ହୋଟେଲ ଥିବା ସମୟରେ ପୋଲିସ କବାଟ ଭାଙ୍ଗି ଜୋର୍‌ ଜବରଦସ୍ତ ରୁମ୍‌ରେ ପଶି ସଫଦରଙ୍କୁ ଗିରଫ କରିଥିବା ମରୀୟମ୍‌ କହିଛନ୍ତି। ଇମ୍ରାନ୍‌ଙ୍କୁ ହଟାଇବା ପାଇଁ ୧୧ଟି ରାଜନୈତିକ ଦଳ ଏକଜୁଟ ହୋଇଥିବା କୁହାଯାଉଛି। ଏହାକୁ ନେଇ ଇମ୍ରାନ୍‌ଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri