Posted inରାଜ୍ୟ

ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର, ୨୦ା୧୨ (ବ୍ୟୁରୋ): ଗତ କିଛିଦିନ ଧରି ରାଜ୍ୟରେ ଶୀତ ହ୍ରାସ ପାଇବା ପରେ ଶନିବାରଠାରୁ ପୁଣି ବଢ଼ିଛି। ପାରଦ ୪ରୁ ୫ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ରାଜ୍ୟର ୧୦ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଝାରସୁଗୁଡ଼ାରେ ସର୍ବନିମ୍ନ ତାପମତ୍ରା ୮.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୯.୫, ଅନୁଗୋଳ ୧୦, ବାରିପଦା ୧୦.୫, କେନ୍ଦୁଝର ୧୧.୭, ସୁନ୍ଦରଗଡ଼ ୧୨, ବଲାଙ୍ଗୀର ୧୨.୪, କୋରାପୁଟ ୧୧, ଦାରିଙ୍ଗବାଡି ୧୦, ବୌଦ୍ଧ ୧୨.୫, ସମ୍ବଲପୁର ୧୩, ବାଲେଶ୍ୱର ୧୩.୪ ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୩.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ରାଜ୍ୟରେ ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ଆହୁରି ତଳକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ଶୀତର ପ୍ରକୋପ ବଢ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?