Posted inଜାତୀୟ

୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ

ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ସୂଚନା ଦେଇଛନ୍ତି। ସେଥି ପାଇଁ ୧୦ ବର୍ଷ ମଧ୍ୟରେ ପ୍ରତିବର୍ଷ ୬ ଶହରୁ ୮ଶହ ନିୟୁତ ବର୍ଗ ମିଟର ସହରାଞ୍ଚଳ ନିର୍ମାଣ କରାଯିବାର ଆବଶ୍ୟକତା ରହିଛି। ଦେଶର ଶହେଟି ସ୍ମାର୍ଟ ସହରରେ ଆତ୍ମନିର୍ଭର ଭାରତ ମିଶନ ଅନ୍ତର୍ଗତ ୫ ହଜାର ୧୫୧ ପରିଯୋଜନାକୁ ଚିହ୍ନଟ କରାଯାଇଛି। ଏଥିପାଇଁ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ସରକାର ଇତିମଧ୍ୟରେ ୧୬୬ ହଜାର କୋଟି ଟଙ୍କାର ୪୭ ଶହ ପରିଯୋଜନା ଲାଗି ଟେଣ୍ଡର ଜାରି କରିଛନ୍ତି। ଏହା ମୋଟ ପରିଯୋଜନାର ୮୧ ପ୍ରତିଶତ। ୨୦୩୦ ବେଳକୁ ଦେଶର ୬୦ ପ୍ରତିଶତରୁ କମ୍‌ ଜନସଂଖ୍ୟା ଗ୍ରାମାଞ୍ଚଳରେ ବାସ କରୁଥିବେ ବୋଲି ହରଦୀପ୍‌ କହିଛନ୍ତି। ଗ୍ରାମାଞ୍ଚଳରେ ସହର ଭଳି ସୁବିଧା ସୁଯୋଗ ଯୋଗାଇ ଦିଆଗଲେ ଗାଁ ବି ସହର ପାଲଟିବା ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଆତ୍ମନିର୍ଭର ଭାରତ ମିଶନ ଅନ୍ତର୍ଗତ ଏହି ଲକ୍ଷ୍ୟ ପୂରଣ ହୋଇପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri