୧୦ ବର୍ଷରେ ଜେଲରେ ୫୪୬ କଏଦୀଙ୍କ ଯାଇଛି ଜୀବନ

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଜେଲ୍‌ ଭିତରେ ବଢ଼ୁଛି ବିଚାରାଧୀନ କଏଦୀ ଓ ଦୋଷୀ ସାବ୍ୟସ୍ତ କଏଦୀଙ୍କ ମୃତ୍ୟୁ। ଗତ ୧୦ ବର୍ଷ ଭିତରେ ଜେଲରେ ୫୪୬ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଏହି ସମୟ ଭିତରେ ପ୍ରାୟ ୫୧ ଜଣଙ୍କର ଜୀବନ ପୋଲିସ ହାଜତରେ ଯାଇଛି। ବିଜେଡି ସଭ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସୋମବାର ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ୨୦୧୩ରେ ବିଚାରାଧୀନ ୩୫ ଜଣ ଓ ଦୋଷୀ ସାବ୍ୟସ୍ତ ୧୧ କଏଦୀଙ୍କୁ ମିଶାଇ ୪୬ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୦୧୪ରେ ବିଚାରାଧୀନ ୨୧ ଓ ଦୋଷୀ ସାବ୍ୟସ୍ତ ୨୨ କଏଦୀଙ୍କୁ ମିଶାଇ ୪୩ ଜଣ, ୨୦୧୫ରେ ବିଚାରାଧୀନ ୨୯ ଓ ଦୋଷୀ ସାବ୍ୟସ୍ତ ୧୭ କଏଦୀଙ୍କୁ ମିଶାଇ ମୋଟ ୪୬ ଜଣ,୨୦୧୬ରେ ବିଚାରାଧୀନ ୩୪ ଓ ଦୋଷୀ ସାବ୍ୟସ୍ତ ୧୪ କଏଦୀଙ୍କୁ ମିଶାଇ ମୋଟ ୪୮ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୧୭ରେ ବିଚାରାଧୀନ ୨୯ ଓ ଦୋଷୀ ସାବ୍ୟସ୍ତ ୧୮ କଏଦୀଙ୍କୁ ମିଶାଇ ମୋଟ ୪୭ ଜଣ ଏବଂ ୨୦୧୮ରେ ବିଚାରାଧୀନ ୨୭ ଓ ଦୋଷୀ ସାବ୍ୟସ୍ତ ୨୪ କଏଦୀଙ୍କୁ ମିଶାଇ ମୋଟ୍‌ ୫୧ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୧୯ରେ ୫୩, ୨୦୨୦ରେ ୭୮, ୨୦୨୧ରେ ୬୧ ଏବଂ ୨୦୨୨ରେ ୪୯ ଜଣଙ୍କ ଜେଲରେ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri