Posted inଜାତୀୟ

୧୦ ବର୍ଷରେ ୯୦ ପ୍ରତିଶତ ନିର୍ବାଚନରେ ହାରିଛି କଂଗ୍ରେସ, ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨।୧୨: ମମତା ବାନାର୍ଜୀଙ୍କ ପରେ ବର୍ତ୍ତମାନ ତାଙ୍କର ସ୍ବତନ୍ତ୍ର ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବନାମ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ସ୍ଥିର କରୁଥିବା ପିକେ କଟାକ୍ଷ କରି କହିଛନ୍ତି ଯେ, ଗତ ୧୦ ବର୍ଷ ମଧ୍ୟରେ କଂଗ୍ରେସର ସମ୍ମୁଖୀନ ହୋଇଥିବା ୯୦ ପ୍ରତିଶତ ନିର୍ବାଚନରେ ପରାଜିତ ହୋଇଛି। କିଛି ମାସ ପୂର୍ବରୁ ପିକେ କଂଗ୍ରେସରେ ଯୋଗଦେବା ନେଇ କଳ୍ପନା ଜଳ୍ପନା ଚାଲିଥିଲା।

କିନ୍ତୁ ଯେତେବେଳେ ସେ କଂଗ୍ରେସ ନେତୃତ୍ୱ ଉପରେ ସିଧାସଳଖ ଆକ୍ରମଣ ଆରମ୍ଭ କରିଥିଲେ ସେତେବେଳେ ପିକେ କଂଗ୍ରେସରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟିଥିଲା। ପିକେ ଏହା ପୂର୍ବରୁ ରାହୁଲ ଗାନ୍ଧୀଙ୍କୁ ମଧ୍ୟ ଟାର୍ଗେଟ୍‌ କରି ସାରିଛନ୍ତି। ଅକ୍ଟୋବରରେ ଗୋଆରେ ଏକ କାର୍ଯ୍ୟକ୍ରମରେ ସେ କହିଥିଲେ ଯେ ଭାଜପା ଅନେକ ଦଶନ୍ଧି ଧରି କ୍ଷମତାରେ ରହିବାର ଆଶା ରହିଛି। କିନ୍ତୁ ରାହୁଲ ଗାନ୍ଧୀ ଏକଥା ଜମାରୁ ବୁଝି ପାରୁ ନାହାନ୍ତି। ସେ ଏକ ପ୍ରଶ୍ନ-ଉତ୍ତର ଅଧିବେଶନରେ ସେ କହିଥିଲେ, ଭାଜପା ଭାରତୀୟ ରାଜନୀତିର କେନ୍ଦ୍ର ହେବାକୁ ଯାଉଛି। ପିକେ କହିଥିଲେ ଯେ ଲୋକମାନେ ରାଗିଛନ୍ତି ମାତ୍ର ସେମାନେ ମୋଦିଙ୍କୁ ହଟାଇବେ ବୋଲି ଭାବନ୍ତୁ ନାହିଁ।

ସେମାନେ ମୋଦିଙ୍କୁ ହଟାଇ ପାରନ୍ତି କିନ୍ତୁ ବିଜେପି କେନ୍ଦ୍ରରୁ ହଟୁ ନାହିଁ। ଏହା ପୂର୍ବ ଭଳି ସମାନ ସ୍ଥାନରେ ରହିବ। ଗୋଟିଏ ଦିନ ପୂର୍ବରୁ ମମତା ବାନାର୍ଜୀ ମଧ୍ୟ କଂଗ୍ରେସକୁ ଟାର୍ଗେଟ କରିଥିଲେ। ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେ ରାହୁଲ ଗାନ୍ଧୀଙ୍କ ଉପରେ ମନ୍ତବ୍ୟ ଦେଇଥିଲେ।

ମମତା କହିଥିଲେ ଯେ ବିଦେଶରେ ଅଧା ସମୟ ଏବଂ ଦେଶରେ ଅଧା ସମୟ ରହୁଥିବା ନେତାମାନେ ଭାଜପାର ମୁକାବିଲା କରି ପାରିବେ ନାହିଁ। ସେମାନେ କିପରି ଲଢ଼େଇ କରିବେ ତାହା ଜାଣନ୍ତି ନାହିଁ। କେବଳ ଏତିକି ନୁହେଁ କଂଗ୍ରେସ ନେତୃତ୍ୱାଧୀନ ମିଳିତ ମଞ୍ଚର ଅସ୍ତିତ୍ୱକୁ ଦିଦି ଅସ୍ବୀକାର କରିଥିଲେ। ସେ କହିଥିଲେ ୟୁପିଏ କ’ଣ? ବର୍ତ୍ତମାନ କୌଣସି ୟୁପିଏ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri