Posted inଜାତୀୟ

୧୧ ମାସରେ ୨୧୧ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଶ୍ରୀନଗର, ୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ଗତ ୧୧ ମାସ ମଧ୍ୟରେ ବଡ଼ ସଫଳତା ମିଳିଛି। ଏହି ସମୟ ମଧ୍ୟରେ ୨୧୧ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେହିପରି ୪୭ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ମୃତକଙ୍କ ମଧ୍ୟରେ ୫୦ ଜଣ ପାକିସ୍ତାନୀ ଆତଙ୍କବାଦୀ ରହିଛନ୍ତି। ଅପରପକ୍ଷରେ ଅବଶିଷ୍ଟ ସ୍ଥାନୀୟ ଆତଙ୍କବାଦୀ ରହିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ କୁହାଯାଇଛି। ଆତଙ୍କବାଦୀଙ୍କୁ ସହାୟତା ଯୋଗାଇ ଦେଉଥିବା ୧୫୦ଜଣଙ୍କୁ ଗିରଫ କରାଯାଇଛି। ଏହାଦ୍ୱାରା ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ସଂଗଠନର ଅଣ୍ଟା ଭାଙ୍ଗିଯାଇଥିବା କୁହାଯାଉଛି। ଗତ ବର୍ଷ ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୫୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୪୫ ଜଣଙ୍କୁ ଗିରଫ କରାଯାଇଥିଲା। ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗତ ୧୧ମାସ ମଧ୍ୟରେ ୧୨ରୁ ଅଧିକ ଥର ସୀମାପାର ଅନୁପ୍ରବେଶ ଉଦ୍ୟମ ହୋଇଛି। ୬ଟି ଘଟଣାରେ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ୪ଟି ଘଟଣାରେ ଆତଙ୍କବାଦୀମାନେ ଭୟରେ ପଳାୟନ କରିଛନ୍ତି। ଭାରତୀୟ ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୫୦ରୁ ଅଧିକ ଯବାନ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ଶହୀଦ୍‌ ହୋଇଛନ୍ତି। ଏହି ସମୟ ମଧ୍ୟରେ କଶ୍ମୀରର ପୁଲଓ୍ବାମା, ଅନନ୍ତନାଗ, କୁଲଗାମ୍‌ ଏବଂ ଶୋପିଆନ୍‌ ଆଦି ୪ ଜିଲାରେ ସର୍ବାଧିକ ଆତଙ୍କବାଦ ବିରୋଧୀ ଅପରେଶନ କରାଯାଇଛି। ୯୦ଟି ଘଟଣାରେ ଆତଙ୍କବାଦୀ ମିଳିତ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri