Posted inUncategorized

ଏଣିକି ୧୫ ମିନିଟ୍‌ରେ ଅଭିଯୋଗ ଶୁଣିବ ପୋଲିସ

କଟକ,୧୯।୨: କଟକ କମିସନରେଟ୍‌ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ନମ୍ବର ଜାରି କରାଯାଇଛି। କୌଣସି ଅଭିଯୋଗ ନେଇ ପୁଲିସକୁ ଫୋନ କି ହ୍ବାଟ୍ସଆପ୍‌ ମେସେଜ କଲେ ମାତ୍ର ୧୫ ମିନିଟରେ ପୋଲିସ ଅଭିଯୋଗର ସମାଧାନ କରିବ। ଅଭିଯୋଗର ତୁରନ୍ତ ସମାଧାନ ପାଇଁ ଡିସିପିଙ୍କ ଆଧୁନିକ କଣ୍ଟ୍ରୋଲ ରୁମ ମାଧ୍ୟମରେ ଏହି ନମ୍ବର ପରିଚାଳିତ ହେବାକୁ ଯାଉଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ରାସ୍ତାରେ ଘଟୁଥିବା ଅପରାଧ ରୋକିବାକୁ କଟକ କମିସନରେଟ ପୋଲିସ ୨୪ ଘଣ୍ଟିଆ ସହାୟତା ନମ୍ବର୍‌ ଜାରି କରିଛି। ଏହି ମୋବାଇଲ ନମ୍ବର୍‌ ହେଉଛି ୭୯୭୮୮୯୪୪୦୫। ଏହା ୧୧୨ ସହାୟତା ନମ୍ବର୍‌ ସହିତ ସମାନ୍ତରାଳ ଭାବେ କାର୍ଯ୍ୟ କରିବ। କୌଣସି ଅପରାଧିକ ତତ୍ତ୍ବଙ୍କ ଗତିବିଧି ସମ୍ପର୍କରେ ସୂଚନା ଦେଇ କିମ୍ବା ରାସ୍ତାରେ ଲୁଟେରାଙ୍କ ଛିନତାଇଙ୍‌, ସର୍ବସାଧାରଣରେ ବେଆଇନ ମଦ କାରବାର ସମ୍ପର୍କରେ ଏହି ନମ୍ବର ମାଧ୍ୟମରେ ସାଧାରଣ ଲୋକେ କିମ୍ବା ଅଭିଯୋଗକାରୀ ପୋଲିସ କୁସୂଚନା ଦେଇପାରିବେ। କଟକ ସହରବାସୀ ଏହି ନମ୍ବରରେ ଫୋନ କରିବା ସହିତ ହ୍ବାଟ୍ସଆପ୍‌ରେ ମେସେଜ ପଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

BCCI ଆଗରେ ଏମିତି ଡିମାଣ୍ଡ ରଖିଲେ ଅଜିତ ଅଗରକର: ହେବ କି ପୂରଣ

ନୂଆଦିଲ୍ଲୀ,୧୯।୩: ଟି୨୦ ବିଶ୍ୱକପରେ ଭାରତର ବିଜୟ ପରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିସିସିଆଇ ସାମ୍ନାରେ ଏକ ଡିମାଣ୍ଡ ରଖିଛନ୍ତି। ଅଗରକର ୨୦୨୭ ଏକଦିବସୀୟ ବିଶ୍ୱକପ ପର୍ଯ୍ୟନ୍ତ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri