୧୮ ବର୍ଷରେ ଏଡ୍‌ସ ନେଲାଣିି ୨୧୫ ଜୀବନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲା ଏଡ୍‌ସ ନିୟନ୍ତ୍ରଣ କମିଟି ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ରେ ଏଡ୍‌ସ ପରୀକ୍ଷା ବ୍ୟବସ୍ଥା ରହିଛି। ଚିହ୍ନଟ ରୋଗୀଙ୍କ ଚିକିତ୍ସା ଏବଂ ସାମାଜିକ ସୁରକ୍ଷା ପ୍ରତି ଗୁୁରୁତ୍ୱ ଦିଆଯାଉଛି। ସ୍ବାସ୍ଥ୍ୟକର୍ମୀଙ୍କୁ ଏଚ୍‌ଆଇଭି ପଜିଟିଭ୍‌ ଚିହ୍ନଟ ଏବଂ ସିଫିଲିସ ପରୀକ୍ଷା ଲାଗି ତାଲିମ ଏବଂ କିଟ୍‌ ଯୋଗାଇ ଦିଆଯିବ। ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଉପକରଣ ଏବଂ ରେଫ୍ରିଜରେଟର ବ୍ୟବସ୍ଥା କରାଯାଇଛି। ଗ୍ରାମୀଣସ୍ତରରେ ଗର୍ଭବତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପ୍ରତି ଗୁୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ସିଡିଏମ୍‌ଓ ଦ୍ୱାରିକାନାଥ ଶତପଥୀ, ଜନସ୍ବାସ୍ଥ୍ୟ ଅଧିକାରୀ ପ୍ରଶାନ୍ତ କୁମାର ଦାଶ, ସହକାରୀ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ପ୍ରଦ୍ୟୁମ୍ନ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଖୋର୍ଦ୍ଧା ଜିଲାରେ ୨୦୦୨ରୁ ଅକ୍ଟୋବର ୨୦୨୦ ସୁଦ୍ଧା ଏଡ୍‌ସରେ ୨୧୫ଜଣଙ୍କ ମୃତ୍ୟୁ ହୋଇଛି। ୨୦୦୨ରୁ ୨୦୧୯ ୧୭ବର୍ଷରେ ୨୦୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ ୧୫ଜଣଙ୍କ ମୃତ୍ୟୁ ଘଟିଥିବା ଜିଲା ମୁଖ୍ୟ ଚିକିତ୍ସାଳୟରୁ ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ଟି ବ୍ଲକରେ ୧୭୭୬ ଏଡ୍‌ସ ରୋଗୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ବାଲିଅନ୍ତା ବ୍ଲକର ୨୧, ବାଲିପାଟଣା ୩୧, ବାଣପୁରରେ ୩୧, ବେଗୁନିଆରେ ୬୦, ଭୁବନେଶ୍ୱର ବ୍ଲକରେ ୧୦୫୨, ବୋଲଗଡ଼ରେ ୩୬, ଚିଲିକାରେ ୧୦୬, ଜଟଣୀ ୧୬୬, ଖୋର୍ଦ୍ଧାରେ ୧୭୨, ଟାଙ୍ଗୀର ୧୦୧ଜଣ ରହିଛନ୍ତି। ଜିଲାରେ ମୋଟ ୧୭୭୬ଜଣଙ୍କ ମଧ୍ୟରୁ ୧୬୩୦ଜଣ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri