୧୮ ବର୍ଷରେ ଏଡ୍‌ସ ନେଲାଣିି ୨୧୫ ଜୀବନ

ଖୋର୍ଦ୍ଧା ଅଫିସ,୧୩ା୧: ଖୋର୍ଦ୍ଧା ଜିଲା ଏଡ୍‌ସ ନିୟନ୍ତ୍ରଣ କମିଟି ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍‌ସି)ରେ ଏଡ୍‌ସ ପରୀକ୍ଷା ବ୍ୟବସ୍ଥା ରହିଛି। ଚିହ୍ନଟ ରୋଗୀଙ୍କ ଚିକିତ୍ସା ଏବଂ ସାମାଜିକ ସୁରକ୍ଷା ପ୍ରତି ଗୁୁରୁତ୍ୱ ଦିଆଯାଉଛି। ସ୍ବାସ୍ଥ୍ୟକର୍ମୀଙ୍କୁ ଏଚ୍‌ଆଇଭି ପଜିଟିଭ୍‌ ଚିହ୍ନଟ ଏବଂ ସିଫିଲିସ ପରୀକ୍ଷା ଲାଗି ତାଲିମ ଏବଂ କିଟ୍‌ ଯୋଗାଇ ଦିଆଯିବ। ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଉପକରଣ ଏବଂ ରେଫ୍ରିଜରେଟର ବ୍ୟବସ୍ଥା କରାଯାଇଛି। ଗ୍ରାମୀଣସ୍ତରରେ ଗର୍ଭବତୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପ୍ରତି ଗୁୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ସିଡିଏମ୍‌ଓ ଦ୍ୱାରିକାନାଥ ଶତପଥୀ, ଜନସ୍ବାସ୍ଥ୍ୟ ଅଧିକାରୀ ପ୍ରଶାନ୍ତ କୁମାର ଦାଶ, ସହକାରୀ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ପ୍ରଦ୍ୟୁମ୍ନ ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଖୋର୍ଦ୍ଧା ଜିଲାରେ ୨୦୦୨ରୁ ଅକ୍ଟୋବର ୨୦୨୦ ସୁଦ୍ଧା ଏଡ୍‌ସରେ ୨୧୫ଜଣଙ୍କ ମୃତ୍ୟୁ ହୋଇଛି। ୨୦୦୨ରୁ ୨୦୧୯ ୧୭ବର୍ଷରେ ୨୦୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗତ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ ୧୫ଜଣଙ୍କ ମୃତ୍ୟୁ ଘଟିଥିବା ଜିଲା ମୁଖ୍ୟ ଚିକିତ୍ସାଳୟରୁ ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ଜିଲାର ୧୦ଟି ବ୍ଲକରେ ୧୭୭୬ ଏଡ୍‌ସ ରୋଗୀ ରହିଛନ୍ତି। ସେମାନଙ୍କ ମଧ୍ୟରୁ ବାଲିଅନ୍ତା ବ୍ଲକର ୨୧, ବାଲିପାଟଣା ୩୧, ବାଣପୁରରେ ୩୧, ବେଗୁନିଆରେ ୬୦, ଭୁବନେଶ୍ୱର ବ୍ଲକରେ ୧୦୫୨, ବୋଲଗଡ଼ରେ ୩୬, ଚିଲିକାରେ ୧୦୬, ଜଟଣୀ ୧୬୬, ଖୋର୍ଦ୍ଧାରେ ୧୭୨, ଟାଙ୍ଗୀର ୧୦୧ଜଣ ରହିଛନ୍ତି। ଜିଲାରେ ମୋଟ ୧୭୭୬ଜଣଙ୍କ ମଧ୍ୟରୁ ୧୬୩୦ଜଣ ମଧୁବାବୁ ପେନସନ ଯୋଜନାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri