୧୮୩୧ରେ ଆଗ୍ନେୟଗିରି ଉଦ୍‌ଗିରଣରୁ ନୀଳ ହୋଇଥିଲା ସୂର୍ଯ୍ୟ

ଏଡିନବର୍ଗ, ୧୨ା୧:ପ୍ରାୟ ୨୦୦ ବର୍ଷ ତଳେ ପୃଥିବୀ ବାୟୁମଣ୍ଡଳରେ ସୂର୍ଯ୍ୟ ନୀଳରଙ୍ଗ ହେବାର ରହସ୍ୟ ଉପରୁ ବୈଜ୍ଞାନିକମାନେ ପରଦା ଉଠାଇଛନ୍ତି। ୧୮୩୧ ମସିହାରେ ହୋଇଥିବା ଏକ ଭୟଙ୍କର ଆଗ୍ନେୟଗିରି ଉଦ୍‌ଗିରଣ ଯୋଗୁ ସୂର୍ଯ୍ୟଙ୍କ ରଙ୍ଗରେ ପରିବର୍ତ୍ତନ ଘଟି ନୀଳରଙ୍ଗ ହୋଇଥିବା ନେଇ ଏକ ଅଧ୍ୟୟନରେ କୁହାଯାଇଛି। ଉକ୍ତ ଆଗ୍ନେୟଗିରି ଉଦ୍‌ଗିରଣ ଯୋଗୁ ବ୍ୟାପକ ମାତ୍ରାରେ ସଲ୍‌ଫର ଡାଇଅକ୍ସାଇଡ୍‌ ଗ୍ୟାସ୍‌ ବାୟୁମଣ୍ଡଳରେ ବ୍ୟାପି ଯାଇଥିଲା। ଏଣୁ ବୈଶ୍ୱିକ ସ୍ତରରେ ଶୀତର ପ୍ରଭାବ ବଢ଼ିଥିବା ସହ ପୃଥିବୀକୁ ଅଜବ ଜଳବାୟୁ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଥିଲା। ଶନିବାର ଏନେଇ ଏକ ଅଧ୍ୟୟନ ପ୍ରୋସିଡିଙ୍ଗସ ଅଫ୍‌ ନ୍ୟାଶନାଲ ଏକାଡେମୀ ଅଫ୍‌ ସାଇନ୍ସେସ୍‌ (ପିଏନ୍‌ଏଏସ୍‌)ରେ ପ୍ରକାଶିତ ହୋଇଛି।
ସମ୍ପ୍ରତି ରୁଷିଆ ଓ ଜାପାନ ମଧ୍ୟରେ ବିବାଦୀୟ ଅଞ୍ଚଳ ଭାବେ ପରିଚିତ ଥିବା ସୁଦୂର ସିମୁଶୀର ଦ୍ୱୀପପୁଞ୍ଜର ଜାଭାରିଟସ୍କିଠାରେ ୧୮୩୧ ମସିହାରେ ଆଗ୍ନେୟଗିରି ଉଦ୍‌ଗିରଣ ଘଟିଥିଲା, ଯାହା ପୃଥିବୀର ଜଳବାୟୁ ଉପରେ ବ୍ୟାପକ ପ୍ରଭାବ ପକାଇଥିଲା। ସ୍କଟଲାଣ୍ଡର ସେଣ୍ଟ ଆଣ୍ଡ୍ର୍ୟୁଜ୍‌ ବିଶ୍ୱବିଦ୍ୟାଳୟର ଗବେଷକମାନେ ଏହି ଅଧ୍ୟୟନରେ ୧୮୩୧ର ବରଫ ଖଣ୍ଡଗୁଡ଼ିକର ବିଶ୍ଳେଷଣ କରି ସିମୁଶୀର ଦ୍ୱୀପରେ ଆଗ୍ନେୟଗିରି ଉଦ୍‌ଗିରଣ ଦ୍ୱାରା ବୈଶ୍ୱିକ ଜଳବାୟୁ ବ୍ୟାପକ ଭାବେ ପ୍ରଭାବିତ ହୋଇଥିବା କହିଛନ୍ତି। ଏହି ଅଧ୍ୟୟନରେ ଉଚ୍ଚ ସାମୟିକ ରିଜୋଲ୍ୟୁଶନରେ ବରଫ ଖଣ୍ଡଗୁଡ଼ିକର ରସାୟନ ବିଜ୍ଞାନକୁ ବିଶ୍ଳେଷଣ କରାଯାଇଲା। ୧୮୩୧ର ବସନ୍ତ ଓ ଗ୍ରୀଷ୍ଣଋତୁରେ ଆଗ୍ନେୟଗିରି ଉଦ୍‌ଗିରଣ ହୋଇଥିବା ନେଇ ଉକ୍ତ ପରୀକ୍ଷଣରୁ ସେମାନେ ଅନୁମାନ କରିଛନ୍ତି। ଏହି ଉଦ୍‌ଗିରଣ ଅତ୍ୟଧିକ ବିସ୍ଫୋରକ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?