୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି ପ୍ରାଣୀଧନ ୧୯ ବର୍ଷରେ ସଂଖ୍ୟା ହ୍ରାସ ପାଇଛି। ଏହି ଜିଲାର ପ୍ରାଣୀ ବିଭାଗ ତଥ୍ୟ ଅନୁଯାୟୀ ୨୦୦୦ ମସିହାରେ ୯,୨୪,୫୯୦ ଗୋମହିଷାଦି ଥିଲେ। ୨୦୧୯ ଗଣନାରେ ପ୍ରାୟ ୬୬ ପ୍ରତିଶତ ହ୍ରାସ ପାଇଁ ଏମାନଙ୍କ ସଂଖ୍ୟା ୩,୧୩,୭୧୫ ହୋଇଥିଲା। ତେବେ ଆସନ୍ତା ଫେବୃଆରୀରେ ୨୧ତମ ଗୃହପାଳିତ ପ୍ରାଣୀ, ପକ୍ଷୀ ଗଣନା ହେବ। ଏଥିରେ ସଂଖ୍ୟା ହ୍ରାସ ହେବ କି ବଢ଼ିବ ତାହା ଜଣାପଡ଼ିବ। ସଂଖ୍ୟା ହ୍ରାସର ମୁଖ୍ୟ କାରଣ ଜଳବାୟୁ ପରିବର୍ତ୍ତନ ବୋଲି ଗବେଷକମାନେ କହିଛନ୍ତି। ଅପରପକ୍ଷରେ ଏହା ଜିଲାର ଅର୍ଥନୀତି ଓ ପରିବେଶ ଉପରେ ପ୍ରଭାବ ପକାଉଛି।
ଏ ସମ୍ପର୍କରେ ଗବେଷଣା କରୁଥିବା ଅଧ୍ୟାପକ କ୍ଷିତୀଶ କୁମାର ସିଂ କହିଛନ୍ତି, ପରିବର୍ତ୍ତିତ ପାଣିପାଗ ଜିଲାର ତଟକ୍ଷୟକୁ ବୃଦ୍ଧି କରିଛି। ୧୯୬୦ରୁ ଅଦ୍ୟାବଧି ସମୁଦ୍ର ଭୂଭାଗ ଆଡ଼କୁ ପ୍ରାୟ ୧୨ କି.ମି. ମାଡ଼ି ଆସିଛି। ୨୦୦୦ ମସିହାରେ ସାତଭାୟା ପଞ୍ଚାୟତର କାନପୁର ରାଜସ୍ବ ଗ୍ରାମ ସମେତ ବହୁ ଭୂଭାଗ ଅଞ୍ଚଳ ଜିଲା ରାଜସ୍ବ ମାନଚିତ୍ରରେ ଥିଲା। ଏବେ ତଟକ୍ଷୟ ପାଇଁ ସାତଭାୟାର ସମସ୍ତ ଅଧିବାସୀଙ୍କୁ ସ୍ଥାନାନ୍ତର ହେବାକୁ ପଡ଼ିଛି। ଏହି ଅଞ୍ଚଳ ସମେତ ଜିଲାର ୪୮ କିଲୋମିଟର ତଟରୁ ୨୮ କି.ମି.ରେ ତଟବର୍ତ୍ତୀ ଗ୍ରାମାଞ୍ଚଳ ସମୁଦ୍ର ମଧ୍ୟକୁ ଚାଲିଗଲାଣି। ଚାଷ ଓ ବାସ ବିପନ୍ନ ଫଳରେ ଗୋମହିଷାଦି ପାଳନ ସମ୍ଭବ ନୁହେଁ। ପ୍ରାଣୀ ବିଜ୍ଞାନ ଅଧ୍ୟାପକ ଡ. ଦେବୀପ୍ରସାଦ ସାହୁ କହିଛନ୍ତି, କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳ ଭୂଗର୍ଭରେ ଏବେ ଲୁଣା ପାଣି ମିଳୁଛି। ସେହିପରି ଲୁଣାପାଣି ଯୋଗୁ ଗୋମହିଷାଦିଙ୍କ ସବୁଜ ଖାଦ୍ୟ ମିଳିବା ସମ୍ଭବ ନୁହେଁ। ଗୋମହିଷାଦି ସଂଖ୍ୟା ହ୍ରାସ ପାଇଁ ଚାରଣଭୂମିର ଅଭାବ ଦାୟୀ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ଜିଲାର ୩,୨୧,୯୩୪ ପରିବାର ମଧ୍ୟରୁ ଗ୍ରାମାଞ୍ଚଳରେ ରହୁଥିବା ୩,୦୫,୮୬୮ ପରିବାର ପାଇଁ ଗୃହପାଳିତ ପ୍ରାଣୀ ରୋଜଗାରର ମୁଖ୍ୟ ବିକଳ୍ପ ଜୀବିକା। ଏହି ପରିବାର ପ୍ରାଣୀଧନ ଦ୍ୱାରା ନିଜର ଆର୍ଥିକ ଆବଶ୍ୟକତା କିଛିମାତ୍ରାରେ ପୂରଣ କରିଥାନ୍ତି। ସେହିପରି ପ୍ରାଣୀଧନର ମଳମୂତ୍ର ବ୍ୟବହାରକରି ଚାଷୀ କ୍ଷେତକୁ ଉର୍ବର କରିବା ସହ କୀଟନାଶକ ଭାବେ ବ୍ୟବହାର କରିଥାନ୍ତି। ଫଳରେ ପରିବେଶର ସନ୍ତୁଳନ ରକ୍ଷା ପାଇଥାଏ। ୧୯୯୯ ମହାବାତ୍ୟା ପ୍ରାଣୀଧନ ଉପରେ ବିପତ୍ତି ଭାବେ ଉଭା ହୋଇଥିଲା। ଏହା ପରଠାରୁ ଅବାଧ ଭାବେ ବେଆଇନ ଚିଙ୍ଗୁଡ଼ି ଘେରି ନିର୍ମାଣ ଯୋଗୁ ଚାରଣ ଓ ଚାଷ ଜମି ଲବଣାକ୍ତ ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଦ୍ୟମ ସତ୍ତ୍ୱେ ପ୍ରାଣୀଧନ ହ୍ରାସ ପ୍ରତି ବିଭାଗୀୟ ଅଧିକାରୀ ଅଧିକ ନଜର ଦେଉନାହାନ୍ତି। ଏ ସମ୍ପର୍କରେ ତନ୍ତିଆପାଳର ପ୍ରମିଳା ମଲ୍ଲିକ କହିଛନ୍ତି, କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଗୋ ମହିଷାଦିଙ୍କ ଗୁରୁତ୍ୱ ଅଧିକ। ଫସଲଠାରୁ ଦୁଗ୍ଧଜାତ ପଦାର୍ଥ ଉପତ୍ାଦନ କ୍ଷେତ୍ରରେ ଏମାନଙ୍କ ଭୂମିକା ଅତୁଳନୀୟ। ଦୁଗ୍ଧଜାତ ପଦାର୍ଥ ବାହାର ଜିଲାରୁ ଏଠାକୁ ଆସୁଥିବା ବେଳେ ଏମାନଙ୍କ ଚାରଣ ଭୂମି ଏବେ ଜବରଦଖଲକାରୀଙ୍କ ହାତକୁ ଚାଲିଯାଉଛି। ସେହିପରି ସଙ୍କର ଜାତୀୟ ଗାଈ ପାଇଁ ଏହି ଲୁଣା ଜଳବାୟୁ ଠିକ୍‌ ନୁହେଁ। ପାଳନ ସମୟରେ ମରିଯାଉଛନ୍ତି। ଏସବୁ ବିଭିନ୍ନ ବ୍ୟତିକ୍ରମ ଫଳରେ ପ୍ରାଣୀଧନ ହ୍ରାସ ହେଉଛି। ଏଡିଭିଓ ଡା. ମୃତ୍ୟୁଞ୍ଜୟ ମହାନ୍ତିଙ୍କୁ ପଚାରିବାରେ ଆସନ୍ତା ଫେବୃଆରୀ ମାସ ଶେଷ ପର୍ଯ୍ୟନ୍ତ ୨୧ତମ ଗୃହପାଳିତ ପଶୁପକ୍ଷୀ ଗଣନା ଚାଲିବ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଯୋଗୁ ଗୋମହିଷାଦି ସଂଖ୍ୟା ବଢ଼ିବା ଲକ୍ଷ୍ୟ କରାଯାଉଛି। ତେବେ ରିପୋର୍ଟ ଶେଷ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri