Posted inଜାତୀୟ

ଅଗ୍ରସର ହେଉଛି ମୌସୁମୀ, ୫ ଦିନ ହେବ ପ୍ରବଳ ବର୍ଷା

ନୂଆଦିଲ୍ଲୀ, ୨୧।୬: ଦେଶରେ ଦ୍ରୁତଗତିରେ ଅଗ୍ରସର ହେଉଛି ମୌସୁମୀ । ଯାହା ଫଳରେ ବିଭିନ୍ନ ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଜଣାପଡ଼ିଛି । ଉତ୍ତର ପ୍ରଦେଶ, କେରଳ, ତଟବର୍ତ୍ତୀ କର୍ଣ୍ଣାଟକ, ଗୋଆରେ ଆଗମୀ ୫ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଖାପାଖି ୨୦ ରାଜ୍ୟରେ ମୌସୁମୀ ପ୍ରଭାବରୁ ଆଗାମୀ ୫ ଦିନ ପର୍ଯ୍ୟନ୍ତ ମୁଶଳଧାରାରେ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି ।

ପୂର୍ବ ୨୪ ଘଣ୍ଟା ମଧ୍ୟରେ ରାଜସ୍ଥାନର ପଶ୍ଚିମାଞ୍ଚଳ, ଉତ୍ତର ପ୍ରଦେଶର ଦକ୍ଷିଣାଞ୍ଚଳ, ମଧ୍ୟ ପ୍ରଦେଶର ଉତ୍ତର, ହରିୟାଣା, ଦିଲ୍ଲୀ, ରାଜସ୍ଥାନର ପୂର୍ବାଞ୍ଚଳରେ ଗରମ ଅନୁଭୂତ ହୋଇଛି । ୪୦-୪୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ତେବେ ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଛତିଶଗଡ଼, ଓଡ଼ିଶା, ପଶ୍ଚିମ ବଙ୍ଗ, ଝାଡ଼ଖଣ୍ଡର କିଛି ଅଞ୍ଚଳରେ ପହଞ୍ଚିଛି । ଆଗାମୀ ୩ରୁ ୪ଦିନ ମଧ୍ୟରେ ଏହା ଗୁଜୁରାଟ, ମହାରାଷ୍ଟ୍ରର ବର୍ଷା ହୋଇନଥିବା ଅଞ୍ଚଳ ଆଦିରେ ପ୍ରବଳ ବର୍ଷା ହେବ । ଏହାଛଡ଼ା ଅରୁଣାଚଳ ପ୍ରଦେଶ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରାରେ ଆଗାମୀ ୫ ଦିନ ମଧ୍ୟରେ ବର୍ଷା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri