Posted inଜାତୀୟ

୨୦୧୮ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦେଢ ଲକ୍ଷ: ଉତ୍ତର ପ୍ରଦେଶ ସବୁଠାରୁ ଆଗରେ

ନୂଆଦିଲ୍ଲୀ,୧୮।୫: ଗତବର୍ଷ ଅର୍ଥାତ୍‌ ୨୦୧୮ରେ ଭାରତରେ ସଡ଼କ ଦୁର୍ଘଟଣାରେ ପାଖାପାଖି ଦେଢ ଲକ୍ଷ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଯାହା ଟିବିରେ ହୋଇଥିବା ମୃତ୍ୟୁ ସଂଖ୍ୟାଠାରୁ ଅଧିକ। ଏହି ଦୁର୍ଘଟଣାରେ ଉତ୍ତର ପ୍ରଦେଶ ସବୁଠାରୁ ଆଗରେ ଥିବା କୁହାଯାଏ। ଏହି ସଡ଼କ ଦୁର୍ଘଟଣାକୁ ଦେଖି ମୋଟର ଭେଇକିଲ ଆକ୍ଟରେ ମଧ୍ୟ କିଛି ପରିବର୍ତ୍ତନ ଅଣାଯାଇଛି। ଛୋଟ ପିଲାମାନେ ହେଲମେଟ୍‌ ପିନ୍ଧିବା ସହ କାର ଚାଳକଙ୍କ ସାଥିରେ ଥିବା ବ୍ୟକ୍ତି ମଧ୍ୟ ସିଟ୍‌ ବେଲ୍ଟ ବାନ୍ଧିବାକୁ ଏହି ନିୟମରେ ଉଲ୍ଲେଖ କରାଯାଇଛି। ଓ୍ବାର୍ଲଡ ହେଲ୍‌ଥ ଅର୍ଗାନାଇଜେସନର ରିପୋର୍ଟ ଅନୁସାରେ ସଡ଼କ ଦୁର୍ଘଟଣାରେ ପ୍ରତିଦିନ ୬୫୨ ଲୋକଙ୍କ ମୃତ୍ୟୁ ହେଉଛି ଯାହା ଟିବିରେ ମୃତ୍ୟୁ ହେଉଥିବା ଲୋକଙ୍କ ତୁଳନାରେ ୫ଗୁଣା ଅଧିକ। ଅନ୍ୟପଟେ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ଦେଶରେ ପ୍ରତିଦିନ ପ୍ରାୟ ୧୪ହଜାର ଦୁର୍ଘଟଣା ଘଟୁଥିବା ବେଳେ ଏଥିରେ ୪ଶହ ଲୋକଙ୍କ ମୃତ୍ୟୁ ହେଉଛି। ଉତ୍ତର ପ୍ରଦେଶରେ ଏହି ସ୍ଥିତି ସବୁଠାରୁ ଅଧିକ ବୋଲି କୁହାଯାଏ। ପୋଲିସ ରେକର୍ଡ ଅନୁଯାୟୀ ଗତବର୍ଷ ଏଠାରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୧୭୬୬୬ ଜଣଙ୍କ ମୃତ୍ୟୁ ହୋଇଛି। ଏହା ପଛକୁ ରହିଛି ତାମିଲନାଡୁ, ମହାରାଷ୍ଟ୍ର, କର୍ନାଟକ ଓ ରାଜସ୍ଥାନ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା…

ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….

ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri