Posted inଜାତୀୟ

୨୦୨୧ରେ ଡ୍ୟୁଟିରେ ୧୫୩ ଯବାନ କରିଛନ୍ତି ଆତ୍ମହତ୍ୟା, ୩ ବର୍ଷରେ ୯୫୦ ଶହୀଦ୍‌…

ନୂଆଦିଲ୍ଲୀ, ୧୬।୪ : ଦେଶରେ ଡ୍ୟୁଟିରେ ଯବାନଙ୍କ ଆତ୍ମହତ୍ୟା ଘଟଣା ବଢ଼ିବାରେ ଲାଗିଛି। ଏହା ଅତ୍ୟନ୍ତ ଚିନ୍ତାର ବିଷୟ ପାଲଟିଛି। ଏହା ବ୍ୟତୀତ ଆତଙ୍କବାଦ ତଥା ନକ୍ସଲ ପ୍ରଭାବିତ ଅଞ୍ଚଳରେ ଡ୍ୟୁଟିରେ ଥିବା ସାମରିକ ବାହିନୀର ଶହୀଦଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଗଣମାଧ୍ୟମ ସଂସ୍ଥା ହିନ୍ଦୁସ୍ତାନରେ ପ୍ରକାଶିତ ଏକ ଖବର ଅନୁଯାୟୀ, ସିଆର୍‌ପିଏଫ୍‌ ଯବାନଙ୍କ ମଧ୍ୟରେ ସର୍ବାଧିକ ଶହୀଦ ଅଛନ୍ତି।

ତଥ୍ୟ ଅନୁଯାୟୀ, ଜମ୍ମୁ-କଶ୍ମୀରର ଆତଙ୍କବାଦୀ ପ୍ରଭାବିତ ଅଞ୍ଚଳରେ ଏବଂ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟ କରାଯାଇଥିବା ୯୫୦ ସିଆରପିଏଫ୍‌ କର୍ମଚାରୀ ତିନି ବର୍ଷ ମଧ୍ୟରେ ଡ୍ୟୁଟି ସମୟରେ ଶହୀଦ ହୋଇଛନ୍ତି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ୫୭ ପ୍ରତିଶତ ଯବାନ ଶହୀଦ୍‌ ହୋଇଛନ୍ତି। ଯବାନମାନଙ୍କ ଆତ୍ମହତ୍ୟା ପରିସଂଖ୍ୟାନରେ ଉଲ୍ଲେଖ କରାଯାଇଛି ଯେ, ୨୦୨୧ରେ, ୧୫୩ ଜଣ ଯବାନ ଡ୍ୟୁଟିରେ ଆତ୍ମହତ୍ୟା କରିଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ଯବାନ ସଆର୍‌ ପିଏଫ୍‌ ଏବଂ ୪୨ ଜଣ ବିଏସ୍‌ଏଫ୍‌ର ଅଛନ୍ତି।

୨୦୧୯ରେ ୧୫ ଜଣ ଗେଜେଟେଡ ଅଫିସରଙ୍କ ସମେତ ୬୨୨ ଜଣ ଶହୀଦ୍‌ ହୋଇଛନ୍ତି। ୨୦୨୦ରେ ୨୪ ଗେଜେଟେଡ ଅଫିସରଙ୍କ ସମେତ ୬୯୧ ଏବଂ ୨୦୨୧ରେ ୧୮ ଗେଜେଟେଡ ଅଫିସରଙ୍କ ସମେତ ୭୨୯ ଜଣ ସହୀଦ୍‌ ହୋଇଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୨୦୧୫ରୁ ୨୦୨୦ ମଧ୍ୟରେ ବିଏସଏଫ, ସିଆର୍‌ପିଏଫ୍‌ ଏବଂ ଏସଏସବି ସମେତ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର ଯବାନଙ୍କ ଆତ୍ମହତ୍ୟା ଯୋଗୁଁ ଅଧିକ ମୃତ୍ୟୁ ଘଟିଛି। ଏହି ୫ ବର୍ଷ ମଧ୍ୟରେ ପ୍ରାୟ ୬୮୦ ଯବାନ ଆତ୍ମହତ୍ୟା କରିଛନ୍ତି। ଅପରପକ୍ଷରେ ୩୨୩ ଜଣ ଶହୀଦ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?