୨୦୨୨ରେ ସରକାରୀ କର୍ମଚାରୀଙ୍କୁ ମିଳିବ ୧୦୪ଦିନ ଛୁଟି

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ସାନ୍ତାଳୀ ଭାଷାର ପ୍ରଚାର ତଥା ଅଲିଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମ ଦିବସ ମେ ୧୬କୁ ସରକାରୀ ଛୁଟି ଘୋଷଣା କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି। ମୁର୍ମୁଙ୍କ ଜନ୍ମ ବୈଶାଖ ପୂର୍ଣ୍ଣମୀରେ ପଡ଼ିଥାଏ। ତାଙ୍କର ଅବଦାନକୁ ସ୍ମରଣ କରିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ରାଜ୍ୟ ସରକାର ୨୦୨୨ କ୍ୟାଲେଣ୍ଡର ବର୍ଷ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା କରିଛନ୍ତି। ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ଜଣେ କର୍ମଚାରୀ ନିଶ୍ଚିତ ୧୦୪ଦିନ ଛୁଟି ପାଇପାରିବେ। ଜଣେ କର୍ମଚାରୀ ଚାହିଁିଲେ ବ୍ୟକ୍ତିଗତ ଛୁଟି ଏହାଠାରୁ ମଧ୍ୟ ଅଧିକ ନେଇପାରିବେ। ଚଳିତବର୍ଷ ତୁଳନାରେ ଆସନ୍ତା ବର୍ଷ ଛୁଟି ସଂଖ୍ୟା ୨ଦିନ ହ୍ରାସ ପାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୨୨ କ୍ୟାଲେଣ୍ଡର ବର୍ଷରେ ରାଜ୍ୟର ସମସ୍ତ ସରକାରୀ ଅଫିସ ତଥା ରାଜସ୍ବ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ(ଏକ୍‌ଜିକ୍ୟୁଟିଭ) ପାଇଁ ୨୭ ଏବଂ ବ୍ୟାଙ୍କଗୁଡ଼ିକ ପାଇଁ ୧୮ଟି ଛୁଟି ଦିବସ ଘୋଷଣା କରାଯାଇଛି। ଏହି ତାଲିକାରେ ୫ଟି ଇଚ୍ଛାଧୀନ ଛୁଟି ଘୋଷଣା କରାଯାଇଛି। ସେଥିମଧ୍ୟରୁ କେବଳ ଗୋଟିଏ ଛୁଟିକୁ କର୍ମଚାରୀମାନେ ନିଜ ସୁବିଧା ଅନୁସାରେ ନେଇପାରିବେ। ଅର୍ଥାତ୍‌ ୨୮(୨୭+୧)ଟି ଛୁଟି ଜଣେ କର୍ମଚାରୀଙ୍କୁ ମିଳୁଥିବାବେଳେ ୫୨ଟି ରବିବାର ଏବଂ ୨୪ଟି ଦ୍ୱିତୀୟ ଓ ଚତୁର୍ଥ ଶନିବାରକୁ ମିଶାଇ ମୋଟ ୧୦୪ଟି ଛୁଟି ମିଳିବ। ରାଜ୍ୟ ସରକାର ଯେଉଁ ୫ଟି ଛୁଟିଦିନକୁ ଇଚ୍ଛାଧୀନ ଛୁଟି ତାଲିକାରେ ସାମିଲ କରିଛନ୍ତି ସେଗୁଡ଼ିକ ହେଲା ଜାନୁୟାରୀ ୨୫ ବ୍ରହ୍ମସମାଜ ପ୍ରତିଷ୍ଠା ଦିବସ, ଏପ୍ରିଲ ୧୬ ଇଷ୍ଟର ଶନିବାର, ଏପ୍ରିଲ ୨୭ ଶବ୍‌-ଇ-କ୍ୱାଦର, ନଭେମ୍ବର ୨ ଅଁଳା ନବମୀ ଓ ନଭେମ୍ବର ୧୧ ପ୍ରଥମାଷ୍ଟମୀ। ରବିବାର ଏବଂ ଦ୍ୱିତୀୟ ଓ ଚତୁର୍ଥ ଶନିବାର ଛୁଟି ଦିନରେ ଆଉ କେତେକ ପର୍ବପର୍ବାଣି ପଡୁଥିବାରୁ ସେଦିନକୁ ସ୍ବତନ୍ତ୍ର ଭାବେ ଛୁଟି ଘୋଷଣା କରାଯାଇ ନାହିଁ। ଜାନୁୟାରୀ ୨୩ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ, ଏପ୍ରିଲ ୧୦ ରାମନବମୀ, ଜୁଲାଇ ୧୦ ଇଦ୍‌-ଉଲ୍‌-ଜୁହା, ସେପ୍ଟେମ୍ବର ୨୫ ମହାଳୟା, ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ, ଅକ୍ଟୋବର ୯ ମହମ୍ମଦ ଜୟନ୍ତୀ, ଡିସେମ୍ବର ୨୫ ଖ୍ରୀଷ୍ଟମାସ ଡେ’ ରବିବାର ପଡୁଥିବାରୁ, ଏଥିପାଇଁ ସ୍ବତନ୍ତ୍ର ଭାବେ ଛୁଟି ଘୋଷଣା କରାଯାଇନାହିଁ। ସେହିପରି ଗୁରୁଗୋବିନ୍ଦ ସିଂ ଜୟନ୍ତୀ, ରାଜାରାମ ମୋହନ ରାୟ ଜୟନ୍ତୀ, ବାହୁଡ଼ା ଓ ଖ୍ରୀଷ୍ଟମାସ ପାଇଁ ୪ ଦିନ ଇଚ୍ଛାଧୀନ ଛୁଟି ଭାବେ ବିବେଚନା ହେଉଥିଲେ ମଧ୍ୟ ଏସବୁ ରବିବାର ଓ ଶନିବାର ଛୁଟି ଦିନରେ ପଡୁଛି। ବିଜ୍ଞପ୍ତି ଅନୁଯାୟୀ, ଯେହେତୁ ରବିବାର, ଦ୍ୱିତୀୟ ଓ ଚତୁର୍ଥ ଶନିବାର କେତେଗୁଡିଏ ପର୍ବପର୍ବାଣି ଓ ଉତ୍ସବ ପାଳନ ହେଉଛି ତେଣୁ ସେଦିନଗୁଡ଼ିକୁ ନିର୍ଦ୍ଦିଷ୍ଟ ଭାବେ ଛୁଟି ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri