Posted inଜାତୀୟ

୨୦୨୪ରେ ଭାଜପାର ହେବ ବିପୁଳ ବିଜୟ, ମାତ୍ର ୫୨ ଆସନ ପାଇବ କଂଗ୍ରେସ…

ନୂଆଦିଲ୍ଲୀ,୧୪।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ଭାରତୀୟ ଜନତା ପାର୍ଟିର ବିଜୟ ପରେ ଏହି ଧାରା ୨୦୨୪ ଲୋକସଭା ନିର୍ବାଚନରେ ମଧ୍ୟ ଜାରି ରହିବ। ହୋଇଥିବା ଏକ ସର୍ଭେରେ ଏଭଳି ସୂଚନା ମିଳିଛି। ଏହି ସର୍ଭେରୁ ଜଣାଯାଇଛି କଂଗ୍ରେସର ପ୍ରଦର୍ଶନ ଏବଂ ବିଶେଷକରି ନୂତନ ବିରୋଧୀ ମେଣ୍ଟ ଇଣ୍ଡିଆର ପତିଆରା ଜାହିର ହୋଇପାରିବ ନାହିଁ ।

ସର୍ଭେରୁ ଜଣାପଡିଛି ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ୩୦୮ ରୁ ୩୨୮ଟି ଆସନ ପାଇବ। ତେବେ ୨୦୧୯ ତୁଳନାରେ ଏନଡିଏ ଆସନରେ କିଛି ହ୍ରାସ ହେବାର ଆକଳନ କରାଯାଉଛି।

ସର୍ଭେ ଅନୁଯାୟୀ, ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ଗାଡି କେବଳ ୫୨ ରୁ ୭୨ ଟି ଆସନ ମଧ୍ୟରେ ଅଟକି ଯିବ। ଏହା ବ୍ୟତୀତ ଇଣ୍ଡିଅ ମେଣ୍ଟର ସହଯୋଗୀ ଦଳ ମିଳିତ ଭାବରେ ୧୬୩ ଟି ସିଟ ଜିତିବେ ।
୨୦୧୯ ଲୋକସଭା ନିର୍ବାଚନରେ ଭାଜପା ୪୩୬ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲା। ସେଥିମଧ୍ୟରୁ ଦଳ ୩୦୩ ଟି ଆସନ ଜିତିଥିଲା।
୪୨୧ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା କଂଗ୍ରେସ ମାତ୍ର ୫୨ ଟି ଆସନ ଜିତିଥିଲା। ଏନଡିଏ ୩୫୦ ଟି ଆସନ ଅତିକ୍ରମ କରି ସଂଖ୍ୟାଗରିଷ୍ଠତା ହାସଲ କରିଥିଲା।

ନିକଟରେ ମଧ୍ୟପ୍ରଦେଶର ୨୩୦ ଟି ସିଟ ମଧ୍ୟରୁ ୧୬୩ ଟି, ରାଜସ୍ଥାନର ୧୯୯ ଟି ସିଟ ମଧ୍ୟରୁ ୧୧୫ ଟି ଏବଂ ଛତିଶଗଡର ୯୦ ଟି ସିଟ ମଧ୍ୟରୁ ୫୪ଟି ଜିତିଛି। ଉତ୍ତର-ପୂର୍ବ ରାଜ୍ୟ ମିଜୋରାମରେ ପୂର୍ବ ନିର୍ବାଚନ ତୁଳନାରେ ଭାଜପାର ଗ୍ରାଫ ବୃଦ୍ଧି ପାଇ ଦଳ ୨ ଟି ଆସନ ଜିତିଥିଲା। ଦକ୍ଷିଣ ଭାରତୀୟ ରାଜ୍ୟ ତେଲଙ୍ଗାନାରେ ମଧ୍ୟ ଭାଜପା ୮ ଟି ଆସନ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri