Posted inଜାତୀୟ

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦି ୨୧ ଦିନରେ ଦେଶକୁ କରୋନା ମୁକ୍ତ କରିବାକୁ କହିଥିଲେ। ତେବେ ଏହା ବଦଳରେ ଦେଶର ଅର୍ଥନୀତିକୁ ଡୁବେଇ ଦେଇଥିବା ସେ ଅଭିଯୋଗ କରିଛନ୍ତି। କଂଗ୍ରେସ ପକ୍ଷରୁ ଜାରି ହୋଇଥିବା ନୂଆ ଭିଡ଼ିଓରେ ରାହୁଲ ଏଭଳି ମନ୍ତବ୍ୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଅଣ-ସଂଗଠିତ କ୍ଷେତ୍ର ଉପରେ ଅଧିକ ପଡ଼ିଛି। ଲକ୍‌ଡାଉନ୍‌ ଏସବୁ କ୍ଷେତ୍ର ପାଇଁ ମୃତ୍ୟୁଦଣ୍ଡ ଭଳି ସାବ୍ୟସ୍ତ ହୋଇଥିବା ରାହୁଲ ଅଭିଯୋଗ କରିଛନ୍ତି। ବହୁ କ୍ଷୁଦ୍ର ଉଦ୍ୟୋଗ ବନ୍ଦ ହେବା ଯୋଗୁ କୋଟି କୋଟି ଲୋକ ଚାକିରି ହରାଇ ବେକାର ବସିଛନ୍ତି। ସେମାନଙ୍କ ପେଟକୁ ଦାନା ନାହିଁ, ହାତରେ ଟଙ୍କା ନାହିଁ। ଏଭଳି ସ୍ଥିତି ପାଇଁ ମୋଦି ଦାୟୀ ବୋଲି ରାହୁଲ କହିଛନ୍ତି। ଏବେ ଦେଶରେ ୨ କୋଟି ୭୦ ଲକ୍ଷରୁ ଅଧିକ ୨୦ରୁ ୩୦ବର୍ଷ ବୟସ୍କ ଯୁବବର୍ଗ ବେକାର ବସିଛନ୍ତି। ଲକ୍‌ଡାଉନ୍‌ ସେମାନଙ୍କର ରୋଜଗାର ଛଡ଼େଇ ନେଇଛି। ଏବେ ରାହୁଲଙ୍କର ୨ ମିନିଟ ୮ସେକେଣ୍ଡର ଏହି ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri