Posted inଜାତୀୟ

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦି ୨୧ ଦିନରେ ଦେଶକୁ କରୋନା ମୁକ୍ତ କରିବାକୁ କହିଥିଲେ। ତେବେ ଏହା ବଦଳରେ ଦେଶର ଅର୍ଥନୀତିକୁ ଡୁବେଇ ଦେଇଥିବା ସେ ଅଭିଯୋଗ କରିଛନ୍ତି। କଂଗ୍ରେସ ପକ୍ଷରୁ ଜାରି ହୋଇଥିବା ନୂଆ ଭିଡ଼ିଓରେ ରାହୁଲ ଏଭଳି ମନ୍ତବ୍ୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିବା ଲକ୍‌ଡାଉନ୍‌ର ପ୍ରଭାବ ଅଣ-ସଂଗଠିତ କ୍ଷେତ୍ର ଉପରେ ଅଧିକ ପଡ଼ିଛି। ଲକ୍‌ଡାଉନ୍‌ ଏସବୁ କ୍ଷେତ୍ର ପାଇଁ ମୃତ୍ୟୁଦଣ୍ଡ ଭଳି ସାବ୍ୟସ୍ତ ହୋଇଥିବା ରାହୁଲ ଅଭିଯୋଗ କରିଛନ୍ତି। ବହୁ କ୍ଷୁଦ୍ର ଉଦ୍ୟୋଗ ବନ୍ଦ ହେବା ଯୋଗୁ କୋଟି କୋଟି ଲୋକ ଚାକିରି ହରାଇ ବେକାର ବସିଛନ୍ତି। ସେମାନଙ୍କ ପେଟକୁ ଦାନା ନାହିଁ, ହାତରେ ଟଙ୍କା ନାହିଁ। ଏଭଳି ସ୍ଥିତି ପାଇଁ ମୋଦି ଦାୟୀ ବୋଲି ରାହୁଲ କହିଛନ୍ତି। ଏବେ ଦେଶରେ ୨ କୋଟି ୭୦ ଲକ୍ଷରୁ ଅଧିକ ୨୦ରୁ ୩୦ବର୍ଷ ବୟସ୍କ ଯୁବବର୍ଗ ବେକାର ବସିଛନ୍ତି। ଲକ୍‌ଡାଉନ୍‌ ସେମାନଙ୍କର ରୋଜଗାର ଛଡ଼େଇ ନେଇଛି। ଏବେ ରାହୁଲଙ୍କର ୨ ମିନିଟ ୮ସେକେଣ୍ଡର ଏହି ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri